ମାହାଙ୍ଗା ଡବଲ୍ ମର୍ଡର ମାମଲା : ପ୍ରତାପ ଜେନାଙ୍କୁ ଜେଏମ୍‌ଏଫ୍‌ସି କୋର୍ଟରୁ ୨ ସପ୍ତାହ ଯାଏଁ ମହଲତ

ମାହାଙ୍ଗା ଡବଲ୍ ମର୍ଡର ମାମଲା

ଭୁବନେଶ୍ବର: ବହୁଚର୍ଚ୍ଚିତ କଟକ ଜିଲ୍ଲା ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କୁ କୋର୍ଟରୁ ୨ ସପ୍ତାହ ଯାଏଁ ମହଲତ ମିଳିଛି। ସାଲେପୁର ଜେଏମଏଫସି କୋର୍ଟ ଆସନ୍ତା ୧୮ ତାରିଖରେ ବିଜେଡି ବିଧାୟକ ପ୍ରତାପ ଜେନାଙ୍କୁ କୋର୍ଟରେ ହାଜର ହେବା ପାଇଁ ନୋଟିସ୍ ଜାରି କରିଛନ୍ତି। ପୂର୍ବରୁ କୋର୍ଟଙ୍କ ପକ୍ଷରୁ ଗତ ଅକ୍ଟୋବର ୩୧ ତାରିଖରେ କୋର୍ଟରେ ହାଜାର ହେବାକୁ ପ୍ରତାପ ଜେନାଙ୍କୁ ନୋଟିସ୍ ଜାରି କରାଯାଇଥିଲା। କିନ୍ତୁ ମାହାଙ୍ଗା ବିଧାୟକ ଶ୍ରୀଜେନା ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ କୋର୍ଟରେ ହାଜର ହୋଇନଥିଲେ। ସେ ନିଜ ଓକିଲଙ୍କ ଜରିଆରେ ପକ୍ଷ ରଖିଥିଲେ।
ଗତ ସେପ୍ଟେମ୍ବର ମାସରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ତଦନ୍ତ ଜାରି ରଖିବା ସହ ଭୁବନେଶ୍ୱର କୋର୍ଟକୁ ମାମଲା ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତଥ୍ୟ, ପ୍ରମାଣ, ସାକ୍ଷୀଙ୍କ ବୟାନ ଆଧାରରେ ପ୍ରତାପଙ୍କ ବିରୋଧରେ ଆସିଥିବା ହତ୍ୟା ଅଭିଯୋଗର ତଦନ୍ତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ ୨୦୨୧ ଜାନୁଆରି ୩ ତାରିଖରେ ବିଜେପି ନେତା ତଥା ପୂର୍ବତନ ମାହାଙ୍ଗା ବ୍ଳକ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତା ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଉଭୟ ମାମଲାରେ ପ୍ରତାପ ଜେନାଙ୍କ ହାତ ଥିବା ନେଇ ବିଜେପି ଅଭିଯୋଗ କରିଥିଲା।

Share Now:

Kalinga News Beuro

Next Post

ଇଣ୍ଡୋନେସିଆରେ ୬.୧ ତୀବ୍ରତାସମ୍ପନ୍ନ ଭୂମିକମ୍ପ : ଦୋହଲି ଗଲା କୋଠାବାଡ଼ି

Thu Nov 2 , 2023
ଜାକର୍ତା: ଆଜି ଇଣ୍ଡୋନେସିଆର ତିମୋର ଦ୍ବୀପରେ ୬.୧ ତୀବ୍ରତାସମ୍ପନ୍ନ ଭୂମିକମ୍ପ ହେବାରୁ କେତେକ କୋଠାବାଡ଼ି ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଲୋକମାନେ ଭୟଭୀତ ହୋଇଯାଇଥିବା କଥା ବିଭିନ୍ନ ଗଣମାଧ୍ୟମ ରିପୋର୍ଟ କରିଛନ୍ତି। କିନ୍ତୁ, ଏହି ଭୂମିକମ୍ପ ଯୋଗୁଁ କେହି ମୃତାହତ ହୋଇଥିବାର ଖବର ତୁରନ୍ତ ମିଳି ପାରିନାହିଁ। ‘ୟୁଏସ୍‌ ଜିଓଲୋଜିକାଲ୍ ସର୍ଭେ’ ରିପୋର୍ଟ କରିଛି, ଇଷ୍ଟ୍‌ ନୁସା ତେଙ୍ଗାରା ପ୍ରଦେଶର ରାଜଧାନୀ ନଗରୀ କୁପାଙ୍ଗ୍‌ର ଉତ୍ତର-ଉତ୍ତରପୂର୍ବକୁ ୨୧ କିଲୋମିଟର୍‌ ଦୂର […]
ଇଣ୍ଡୋନେସିଆରରେ ୬.୧ ତୀବ୍ରତାସମ୍ପନ୍ନ ଭୂମିକମ୍ପ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial