ଜାନୁଆରି ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା

ଜାନୁଆରି ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା

ପୁରୀ: ଆଗାମୀ ଜାନୁଆରି ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବ। ଏହି ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ। ସେ କହିଛନ୍ତି, ଜାନୁଆରି ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ ହେବ। ୫ ଦିନ ହୋମଯଜ୍ଞ ହେବା ପରେ ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା କରାଯିବ। ୫ ଦିନ ଧରି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯିବ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂର୍ବରୁ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମର ସମୀକ୍ଷା କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ପ୍ରଥମେ ଜଗନ୍ନାଥ ବଲ୍ଳଭରେ ହେଉଥିବା ମଲ୍ଟି ଲେଭଲ ପାର୍କିଂ, ତୀର୍ଥଯାତ୍ରୀ କେନ୍ଦ୍ର ନିର୍ମାଣ, ୩୭ ଶହ ବର୍ଗଫୁଟର ଧ୍ୟାନ ଯୋଗ କେନ୍ଦ୍ର, ୧୮୪ଟି ଦୋକାନ, ୧୪୨୦ କାର ପାର୍କିଂ, ୨ ଶହ ଦୁଇ ଚକିଆ ଯାନ କାର୍ଯ୍ୟର ସମୀକ୍ଷା କରିଥିଲେ। ପ୍ରକଳ୍ପ ପ୍ରତିଷ୍ଠା, ପୂଜା ଓ ଲୋକାର୍ପଣ ନେଇ ବୈଠକରେ ଆଲୋଚନା ଥିବାରୁ ତା ପୂର୍ବରୁ ଗଜପତି ମହାରାଜା ସମୀକ୍ଷା କରିଛନ୍ତି। ଗଜପତି ମହାରାଜାଙ୍କ ସମୀକ୍ଷା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଥିଲେ।

Share Now:

Kalinga News Beuro

Next Post

ଭିଜିଲାନ୍ସ ଜାଲରେ ସାଲେପୁର ଗ୍ରାମ୍ୟ ଉନ୍ନୟନ ସହକାରୀ ଯନ୍ତ୍ରୀ

Fri Nov 3 , 2023
କଟକ: ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ସାଲେପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଅର୍ଜୁନ କୁମାର ସାହୁ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା (ଭୁବନେଶ୍ୱର), କଟକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ୮ ଟି ସ୍ଥାନରେ ଏକାକାଳୀନ ଚଢ଼ଉ କରୁଛନ୍ତି ଭିଜିଲାନ୍ସ ଟିମ୍। ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ୍ ର କ୍ଷମତା ବଳରେ ୮ ଜଣ ଡିଏସପି, ୮ ଇନ୍ସପେକ୍ଟର, ୭ ଏଏସ୍ଆଇ ଏବଂ […]
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ ଅର୍ଜୁନ କୁମାର ସାହୁ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial