ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆୟୋଜନ କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ : ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ

ଭୁବନେଶ୍ୱର: ଭୁବନେଶ୍ୱରର ଆଜିଠୁ ଜନତା ମଇଦାନରେ ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଭଳି ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆୟୋଜନ କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ। ମୋ ସରକାର ମିଲେଟ୍ ଚାଷ ଲଗି କୃଷକମାନଙ୍କୁ ୨୫୦୦ କୋଟି ଟଙ୍କା ବିନିଯୋଗ କରୁଛି। ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ ଶସ୍ୟ-ମିଲେଟସ୍’। ଏହି କାର୍ଯ୍ୟକ୍ରମରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମଧ୍ୟ ଉପସ୍ଥିତ ଥିଲେ। ଏହି ସମ୍ମିଳନୀରେ ମିଲେଟ୍ ଚାଷ, ପ୍ରକ୍ରିୟାକରଣରେ କୃଷକମାନଙ୍କର ସଂପୃକ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ, ବୈଷୟିକ ଅଧିବେଶନ, ଅନ୍ତର୍ଜାତୀୟ ଖାଦ୍ୟମେଳା, କୁଇଜ୍ ପ୍ରତିଯୋଗିତା, ରନ୍ଧନ ପ୍ରତିଯୋଗିତା ଆଦି କାର୍ଯ୍ୟକ୍ରମ ହେବ। ଏହା ସହ ମିଶନ ଶକ୍ତି ଅଧୀନ ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଓ ମିଲେଟ୍ ଉଦ୍ୟୋଗୀମାନଙ୍କ ସଫଳତାର କାହାଣୀ ପ୍ରଦର୍ଶିତ ହେବ।
ତେବେ ସାରା ଦେଶ ପାଇଁ ସମ୍ମଳନୀରେ ମିଲେଟ୍ ପଲିସି ରୋଡମ୍ୟାପ ପ୍ରସ୍ତୁତ ହେବ। ମାଣ୍ଡିଆ ଚାଷୀଙ୍କୁ ସ୍ୱତନ୍ତ୍ର ପ୍ରୋତ୍ସାହନ ସହ ଘର ଘରେ ମିଲେଟ୍ ବ୍ୟବହାର ବୃଦ୍ଧି ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଲକ୍ଷ୍ୟ ରଖିଛି। ଅନ୍ୟପଟେ ଏହି କାର୍ଯ୍ୟକ୍ରମରେ ଇଣ୍ଟରନ୍ୟାସନାଲ ଫଣ୍ଡ ଫର ଏଗ୍ରିକଲଚରାଲ ଡେଭଲମେଣ୍ଟ, ଆଫ୍ରିକୀୟ ଓ ୟୁରୋପୀୟ ଦେଶର କୃଷି ପରାମର୍ଶଦାତା ସାମିଲ ହେବେ। ଗ୍ରାମୀ ପୁରସ୍କାର ବିଜେତା ରିକି କେଜ୍, ଖାତନାମା ସେଫ୍ ବିକାଶ ଖାନ୍ନା ପ୍ରମୁଖ ସାମିଲ ହେବେ। ବୈଜ୍ଞାନିକ ପଦ୍ଧତି ଏବଂ ପାରମ୍ପରିକ ଜ୍ଞାନକୌଶଳର ମିଶ୍ରଣରେ ଓଡ଼ିଶାର ୩୦ଟି ଜିଲ୍ଲାର ୧୭୭ ବ୍ଲକକୁ ସଂପ୍ରସାରଣ କରାଯାଇଛି ମିଲେଟ୍ ଚାଷ।

Share Now:

Kalinga News Beuro

Next Post

ବିଶେଷ ଦୀପାବଳି କାର୍ଯ୍ୟକ୍ରମ ଆୟୋଜନ କଲେ ବ୍ରିଟିସ୍‌ ପ୍ରଧାନମନ୍ତ୍ରୀ ସୁନକ ଓ ସ୍ତ୍ରୀ ଅକ୍ଷତା

Thu Nov 9 , 2023
ଲଣ୍ଡନ: ଦୀପାବଳି ଉତ୍ସବ ଅବ୍ୟବହିତ ପୂର୍ବରୁ ବ୍ରିଟିସ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଇଂଲଣ୍ଡ ଓ ସମଗ୍ର ବିଶ୍ବରେ ଥିବା ହିନ୍ଦୁ ସମ୍ପ୍ରଦାୟଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇବା ସହିତ ‘୧୦ ଡାଉନିଙ୍ଗ୍‌ ଷ୍ଟ୍ରିଟ୍‌’ରେ ଥିବା ଆବାସିକ କାର୍ଯ୍ୟାଳୟରେ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ଏହି ହର୍ଷୋତ୍‌ଫୁଲ୍ଲିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଋଷି ସୁନକ ଓ ସ୍ତ୍ରୀ ଅକ୍ଷତା ମୂର୍ତ୍ତିଙ୍କ ସହିତ ହିନ୍ଦୁ ସମ୍ପ୍ରଦାୟର ଅନେକ ଅତିଥି ଯୋଗ ଦେଇଥିଲେ। ସାମାଜିକ ଗଣମାଧ୍ୟମ ‘ଏକ୍ସ’ […]
ଦୀପାବଳି କାର୍ଯ୍ୟକ୍ରମ ଆୟୋଜନ କଲେ ବ୍ରିଟିସ୍‌ ପ୍ରଧାନମନ୍ତ୍ରୀ ସୁନକ ଓ ସ୍ତ୍ରୀ ଅକ୍ଷତା-1

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial