ଦୀପାବଳିରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଦୀପାବଳିରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଆଲୋକର ପର୍ବ ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଦେଶ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କ ସୁଖସମୃଦ୍ଧି ଓ ସୁସ୍ବାସ୍ଥ୍ୟ କାମନା କରିଛନ୍ତି।
ସମସ୍ତଙ୍କ ଜୀବନ ସୁଖସମୃଦ୍ଧି ଓ ସୌଭାଗ୍ୟମୟ ହେଉ ବୋଲି ଈଶ୍ବରଙ୍କ ଠାରେ କାମନା କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଣେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିକାଶର ଆଲୋକ ସମସ୍ତଙ୍କ ଜୀବନକୁ ଆଲୋକିତ କରୁ ବୋଲି କହିଛନ୍ତି। ଆଲୋକର ପର୍ବ ଦୀପାବଳି ଆପଣ ସମସ୍ତଙ୍କ ଘରେ ସ୍ବାସ୍ଥ୍ୟ, ସମୃଦ୍ଧି ଓ ଖୁସିର ଆଲୋକ ଆଣିଦେଉ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

Share Now:

Kalinga News Beuro

Next Post

୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରେ ଲଘୁଚାପ : ୧୫ରୁ ରାଜ୍ୟରେ ପୁଣି ବର୍ଷା, ଧୀବରଙ୍କୁ ସମୁଦ୍ର ମନା

Mon Nov 13 , 2023
ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଲଘୁଚାପଟି ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ବେହାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ […]
ବଙ୍ଗୋପସାଗରେ ଲଘୁଚାପ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial