୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରେ ଲଘୁଚାପ : ୧୫ରୁ ରାଜ୍ୟରେ ପୁଣି ବର୍ଷା, ଧୀବରଙ୍କୁ ସମୁଦ୍ର ମନା

ବଙ୍ଗୋପସାଗରେ ଲଘୁଚାପ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଲଘୁଚାପଟି ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ବେହାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଅନ୍ୟପକ୍ଷରେ ଦକ୍ଷିଣ-ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ସକ୍ରିୟ ରହିଥିବା ବେଳେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଅନ୍ୟ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୧,୫ କିମି ଯାଏଁ ସକ୍ରିୟ ରହିଛି। ପାଣିପାଗର ଏପ୍ରକାର ସ୍ଥିତିରେ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ଲଘୁଚାପର ସ୍ପଷ୍ଟ ଚିତ୍ର ମିଳିପାରି ନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ସ୍ପଷ୍ଟ ଚିତ୍ର ଓ ଏହାର ଗତିପଥ ଜଣାପଡ଼ିବ ବୋଲି ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ଏହାର ପ୍ରଭାବରେ ୧୫ ତାରିଖ ଠାରୁ ୧୮ ତାରଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। ୧୬ ତାରଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତ୍ୟତି ବଢ଼ିବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଜି ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Share Now:

Kalinga News Beuro

Next Post

ମଣିପୁରର ମୈତେଇ ବିଚ୍ଛିନ୍ନତାବାଦୀ ସଂଗଠନକୁ ବେଆଇନ ଘୋଷଣା କଲେ କେନ୍ଦ୍ର ସରକାର

Mon Nov 13 , 2023
ନୂଆଦିଲ୍ଲୀ : ଉତ୍ତର-ପୂର୍ବାଞ୍ଚ​ଳ ରାଜ୍ୟ ମଣିପୁରର କେତେକ ସ୍ଥାନରେ ଏବେ ବି ହିଂସା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କେତେକ ମୈତେଇ ବିଚ୍ଛିନତାବାଦୀ ସଂଗଠନ ଯଥା ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ) ଓ ତାହାର ରାଜନୈତିକ ଶାଖା, ରିଭଲ୍ୟୁସନାରି ପିପୁଲ୍ସ ଫ୍ରଣ୍ଟ ଓ ତାହାର ସଶସ୍ତ୍ର ବାହିନୀ, ମଣିପୁର ପିପୁଲ୍ସ ଆର୍ମି, ପିପୁଲ୍ସ ରିଭୋଲ୍ୟୁସନାରି ପାର୍ଟି ଅଫ କଙ୍ଗଲେଇପାକ୍ ଓ ତାହାର ସାମରିକ ଶାଖା ରେଡ […]
ମଣିପୁରର ମୈତେଇ ବିଚ୍ଛିନ୍ନତାବାଦୀ ସଂଗଠନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial