ସାଲୁଗା ପ୍ରଧାନ ହେଲେ ବିଜେଡିର ଉପବାଚସ୍ପତି ପ୍ରାର୍ଥୀ

ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡିର ସାଲୁଗା ପ୍ରଧାନ

ଭୁବନେଶ୍ବର: ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ବିଜେଡିର ବିଧାନସଭା ଉପବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ସେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। କନ୍ଧମାଳ ଜିଲ୍ଲାର ଆଦିବାସୀ ଚେହେରା ସାଲୁଗା ପ୍ରଧାନଙ୍କ ନାଁ ଘୋଷଣା କରି ବିଜେଡି ଖେଳିଛି ଆଦିବାସୀ କାର୍ଡ। ସାଲୁଗା ପ୍ରଧାନ ହେଉଛନ୍ତି ଓଡ଼ିଶା ବିଧାନସଭାର ଦୁଇ ଦୁଇ ଥରର ବିଧାୟକ। ବିଜେଡି ଟିକେଟରୁ ସେ ଦୁଇ ଥର ବିଧାୟକ ନିର୍ବାଚିତ ହୋଇଛନ୍ତି। ଜି. ଉଦୟଗିରି ବିଧାନସଭା ଆସନରୁ ସେ ପ୍ରଥମେ ୨୦୦୦ ମସିହାରେ ଏବଂ ଏହାପରେ ୨୦୧୯ ମସିହାରେ ନିର୍ବାଚିତ ହୋଇଛନ୍ତି। ତେବେ ରଜନୀକାନ୍ତ ସିଂଙ୍କ ଇସ୍ତଫା ପରେ ଏବେ ଉପବାଚସ୍ପତି ପଦ ଖାଲି ପଡ଼ିଛି। ତେଣୁ ଆସନ୍ତା ଶୀତ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଆସନ୍ତାକାଲି ଉପବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।

Share Now:

Kalinga News Beuro

Next Post

ବାରିପଦାରେ ରାଷ୍ଟ୍ରପତି : ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘର ବାର୍ଷିକ ଉତ୍ସବ ଓ ସାହିତ୍ୟ ମହୋତ୍ସବକୁ ଉଦଘାଟନ କଲେ

Mon Nov 20 , 2023
ବାରିପଦା: ଭାରତର ପ୍ରଥମ ନାଗରିକ ମୟୂରଭଞ୍ଜ ମାଟିର ଝିଅ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦ୍ବିତୀୟ ଥର ପାଇଁ ନିଜ ଜନ୍ମମାଟିକୁ ଦୁଇଦିନିଆ ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ବାରିପଦା ପୁଲିସ ପଡ଼ିଆରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ […]
ବାରିପଦାରେ ରାଷ୍ଟ୍ରପତି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial