ଆଜିଠୁ ବିଧାନସଭା ଆଗରେ ଧାରଣା ଦେଲେ ପ୍ରଯୋଜିକା ସନଲିଶା

ଭୁବନେଶ୍ୱର: ନ୍ୟାୟ ମିଳିଲାନି। ଶେଷରେ ଗୁରୁବାରଠାରୁ ବିଧାନସଭା ଆଗରେ ଧାରଣାରେ ବସିଲେ ଓଡ଼ିଆ ଫିଲ୍ମ ‘ପ୍ରଥା’ର ପ୍ରଯୋଜିକା ସନଲିଶା ପଟେଲ। ସନଲିଶା ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (ଓଏଫ୍‌ଡିସି) ଏବଂ ଓଡ଼ିଶା ସରକାରଙ୍କ ଆଗରେ ୫ଟି ଗୁରୁତ୍ୱପୂର୍ଣ୍ଣ ଦାବି ରଖିଛନ୍ତି। ସେହି ଦାବି ଗୁଡିକ ହେଉଛି ଯେ ବ୍ଲକ୍ ମୁଖ୍ୟାଳୟରେ ଗୋଟିଏ ଲେଖାଏଁ ସିନେମା ହଲ୍ ପ୍ରତିଷ୍ଠା କରାଯାଉ। ଅନ୍ୟ ରାଜ୍ୟମାନଙ୍କ ପରି ମଲ୍ଟିପ୍ଲେକ୍ସ ଏବଂ ହଲମାନେ ଯେପରି ଓଡ଼ିଆ ଫିଲ୍ମକୁ ଚଲାଇବା ପାଇଁ ବାଧ୍ୟ ହେବେ ସେହିପରି କାର୍ଯ୍ୟାନୁଷ୍ଠାନ ନିଆଯାଉ। ବିତରଣ, ପ୍ରଦର୍ଶନ, ସିନେମା ଚାଲିବା ପରେ ଟଙ୍କା ଫେରି ପାଇବା ଏବଂ ସମସ୍ତଙ୍କ ଭିତରେ ସମନ୍ୱୟ ରକ୍ଷା ପାଇଁ ବ୍ୟବସ୍ଥା କରାଯାଉ। ଟିକସ ମୁକ୍ତ ସାଙ୍ଗକୁ ସିନେମା ନିର୍ମାଣ ଲାଗି ଆର୍ଥିକ ଓ ଅନ୍ୟାନ୍ୟ ସହାୟତା କରାଯାଉ।
ଏହା ସହ ସମସ୍ତଙ୍କର ସୁରକ୍ଷା ପାଇଁ କିଛି ଦୃଢ଼ ପଦକ୍ଷେପ ନିଆଯାଉ। ଯେପରି କେହି ଅନ୍‌ଲାଇନ୍ ହେଉ କି ଅଫ୍‌ଲାଇନ୍‌ କୌଣସି ଖଳ କାର୍ଯ୍ୟ କରିବାକୁ ଭୟ କରିବେ ଏବଂ ସେଥିରୁ ନିବୃତ୍ତ ରହିବେ। ଇନଭେଷ୍ଟରମାନଙ୍କୁ ଓଡିଆ ଚଳଚ୍ଚିତ୍ର ନିର୍ମାଣପାଇଁ ସରକାରୀ ସହାୟତା ଦିଆଯାଉ। ସେ କହିଛନ୍ତି ଯେ ପୂର୍ବରୁ ବି ଏହି ସମସ୍ୟା ନେଇ ସରକାରୀ ସ୍ତରରେ ସମସ୍ତଙ୍କୁ ଅବଗତ କରିଥିଲି। କିନ୍ତୁ ମତେ ନ୍ୟାୟ ମିଳିଲାନି। ତେଣୁ ସମସ୍ୟାର ସମାଧାନ ପାଇଁ ଧାରଣାରେ ବସିଛି। କାଲିଠାରୁ ପ୍ରଯୋଜକ ,କଳାକାର, ଟେକନିସିଆନ, ନିର୍ଦ୍ଦେଶକମାନେ ଯୋଗ ଦେବେ ପ୍ରଯୋଜିକା ସନଲିସା ଜଣେଇଛନ୍ତି।

Share Now:

Kalinga News Beuro

Next Post

ରାଜ୍ୟରେ ସରୁନି ଜଳସେଚନ ପ୍ରକଳ୍ପ କାମ : ବଢୁଛି ବ୍ୟୟ ଅଟକଳ

Thu Nov 23 , 2023
ଭୁବନେଶ୍ୱର: ରାଜ୍ୟରେ ନିର୍ମାଣଧୀନ ବୃହତ ଓ ମଧ୍ୟମ ଜଳସେଚନ ପ୍ରକଳ୍ପର ସ୍ଥିତିକୁ ବିଧାନସଭାରେ ଆସିଲା ସାଙ୍ଘାତିକ ଉତ୍ତର। ଲୋୟର ସୁକେତଲ ପ୍ରକଳ୍ପ ୧୯୯୭ ମସିହା ଆରମ୍ଭ ହୋଇଥିବାବେଳେ ପ୍ରକଳ୍ପ ଲାଗି ବ୍ୟୟ ବରାଦ ଥିଲା ୨୧୭ କୋଟି। ବର୍ତ୍ତମାନ ପ୍ରକଳ୍ପ ମୂଲ୍ୟ ବଢି ୫୨୫୯ କୋଟିରେ ପହଁଚିଥିବା ବେଳେ ୨୦୨୩-୨୪ ରେ ଶେଷ କରିବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଆନନ୍ଦପୁର ସମ୍ୱନିତ ପ୍ରକଳ୍ପ ୨୦୦୫-୦୬ ରେ ଆରମ୍ଭ ହୋଇଥିବା ବେଳେ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial