ଭିଜିଲାନ୍ସ କବଜ୍ଜାରେ ଥାନା ଅଧିକାରୀ : ନଗଦ ୩୭ ଲକ୍ଷ ୨୭ ହଜାର ଟଙ୍କା ଜବତ

ବୈପାରିଗୁଡ଼ା : ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ। ତାଙ୍କ ନିକଟରୁ ଏଯାଏ ଭିଜିଲାନ୍ସ ନଗଦ ୩୭ ଲକ୍ଷ ୨୭ ହଜାର ଟଙ୍କା ଜବତ କରିଛି। ଗତକାଲି ଏକ ଘରୋଇ ବସରେ କଟକ ଆସୁଥିବାବେଳେ ଜୟପୁରରୁ ୫ କିଲୋମିଟର ଦୂର ଟାଙ୍କୁଆ ନିକଟରେ ସୁଶାନ୍ତଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ତାଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଓ ବୈପାରୀଗୁଡ଼ା ଥାନାରେ ଥିବା ସୁଶାନ୍ତଙ୍କ ଅଫିସ ଚାମ୍ବରରୁ ଲକ୍ଷେ ୮୦ ହଜାର ଟଙ୍କା ଜବତ ହୋଇଥିଲା। ବୈପାରୀଗୁଡ଼ା ସ୍ଥିତ ଘରୁ ୩ ଲକ୍ଷ ଟଙ୍କା ଜବତ ହୋଇଥିଲା। ଗତକାଲି ସାଢେ ୭ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ଆଜି କଟକ ବକ୍ସିବଜାରସ୍ଥିତ ସରକାରୀ ବାସଭବନରୁ ୨୯ ଲକ୍ଷ ୭୭ ହଜାର ଟଙ୍କା ଜବତ ହୋଇଛି। ଏଥିରେ ୫ଶହ ଟଙ୍କିଆ, ଶହେ ଓ ଦୁଇ ଶହ ଟଙ୍କିଆ ନୋଟ୍ ଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ନଗଦ ୨ ଲକ୍ଷ ୭୦ ହଜାର ଟଙ୍କା ଧରି ବସରେ କଟକ ଯାଉଥିବା ବେଳେ ସୋମବାର ସନ୍ଧ୍ୟାରେ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନାବାବୁ ସୁଶାନ୍ତ କୁମାର ଶତପଥୀଙ୍କୁ ଭିଜିଲାନ୍ସ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଧରିଥିଲେ। ଫଳରେ ଶ୍ରୀ ଶତପଥୀ ଭିଜିଲାନ୍ସର ଜାଲରେ ଛନ୍ଦି ହୋଇଯାଇଥିଲେ। ସଂପୃକ୍ତ ପୁଲିସ ବାବୁଙ୍କୁ ଭିଜିଲାନ୍ସ ବିଭାଗର କର୍ମଚାରୀମାନେ ବସରୁ ଓହ୍ଲାଇ ପଚରାଉଚରା କରିଥିଲେ। ତାଙ୍କୁ ଜୟପୁର ଥାନାରେ ଅଟକ ରଖାଯାଇଛି।

Share Now:

Kalinga News Beuro

Next Post

ସେନ୍ଥିଲ ବାଲାଜୀଙ୍କୁ ସେତେ ଗୁରୁତର ରୋଗ ହୋଇନାହିଁ: ସୁପ୍ରିମକୋର୍ଟ

Tue Nov 28 , 2023
ନୂଆଦିଲ୍ଲୀ: ମନି ଲଣ୍ଡ୍ରିଙ୍ଗ ମାମଲାରେ ଗିରଫ ହୋଇଥିବା ତାମିଲନାଡୁର ମନ୍ତ୍ରୀ ସେନ୍ଥିଲ ବାଲାଜୀଙ୍କୁ ଆଜି ଝଟକା ଲାଗିଛି। ବାସ୍ତବରେ ସୁପ୍ରିମକୋର୍ଟ ତାଙ୍କୁ ଜାମିନ ଦେବାକୁ ମନା କରି ଦେଇଛନ୍ତି। ଚିକିତ୍ସା ଆଧାରରେ ଜାମିନ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ ଆମେ ଅନୁଭବ କରୁଛୁ ଯେ ଆପଣଙ୍କର ଅସୁସ୍ଥତା ସେତେ ଗମ୍ଭୀର ନୁହେଁ। ସୁପ୍ରିମକୋର୍ଟ କହିଛନ୍ତି ଯେ ନିୟମିତ ଜାମିନ ପାଇଁ ନିମ୍ନ ଅଦାଲତରେ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial