ଅବସରପ୍ରାପ୍ତ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ବ୍ରହ୍ମପୁର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବସରପ୍ରାପ୍ତ ରେଞ୍ଜର ଜଗବନ୍ଧୁ ପାଢ଼ୀଙ୍କ ଆସିକା ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ଉ କରୁଛି। ଗଞ୍ଜାମ ଜିଲ୍ଲା ଆସିକା-ସୁନାମସାହି ଓ ଆସିକା ବସଷ୍ଟାଣ୍ଡରେ ଭିଜିଲାନ୍ସର ଦୁଇଟି ଟିମ୍ ଚଢ଼ଉ କରୁଛି। ଜଗବନ୍ଧୁଙ୍କ ଘରେ କଟକ ଓ ବ୍ରହ୍ମପୁର ଭିଜିଲାନ୍ସର ଗୋଟିଏ ୧୦ ଜଣିଆ ଟିମ୍ ଦୁଇଟି ଭାଗରେ ବିଭକ୍ତ ହୋଇ ମିଳିତ ଚଢ଼ଉ କରୁଥିବା ଜଣାପଡ଼ିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବରୁ ଜଗବନ୍ଧୁ ଭିଜିଲାନ୍ସ ଜାଲରେ ପଡ଼ିଥିଲେ। ଏନେଇଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

Share Now:

Kalinga News Beuro

Next Post

କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଙ୍କୁ ଅସଦାଚରଣ : ବନ୍ଧା ହେଲେ ଇଂରାଜୀ ଶିକ୍ଷକ

Thu Nov 30 , 2023
ସମ୍ବଲପୁର: କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ଅଭିଯୋଗରେ ଶିକ୍ଷକ ଅରୁଣ କୁମାର ଯୋଶୀଙ୍କୁ ବରେଇପାଲି ଥାନା ପୁଲିସ ଗିରଫ କରିଥିବା ଜଣାଯାଇଛି। ଘଟଣା ସଂପର୍କରେ ଖବର ପାଇ ସ୍କୁଲରେ ଉପଜିଲ୍ଲାପାଳ ଓ ତହସିଲଦାର ପହଞ୍ଚିଥିବା ଜଣାଯାଇଛି। ସୂଚନା ଅନୁଯାୟୀ, କେନ୍ଦ୍ରୀୟ ବିଦ୍ୟାଳୟରେ ବାର୍ଷିକ ଉତ୍ସବରେ ଇଂରାଜୀ ଶିକ୍ଷକ ଅରୁଣ କୁମାର ଯୋଶୀ କିଛି ଛାତ୍ରୀଙ୍କୁ ଉପସ୍ଥାପନା(ଆଙ୍କରିଂ) ଶିଖେଇବା ଲାଗି ଡାକିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial