ସାମୁଦ୍ରିକ ବାତ୍ୟା ‘ମିଚୌଙ୍ଗ୍’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଅମଳ ହୋଇଥିବା ଫସଲ ସୁରକ୍ଷିତ ରଖିବା ପାଇଁ କୃଷି ବିଭାଗର ପରାମର୍ଶ

ଭୁବନେଶ୍ୱର: ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ଏବଂ କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର ଆଦି ଜିଲ୍ଲାରେ ମାତ୍ରାଧିକ ବର୍ଷାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି ହୋଇଛି। ଏଥିଲାଗି କୃଷି ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଆଦି ୫ ଜିଲ୍ଲାର କୃଷି ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ସବୁ ଜିଲ୍ଲାର ମୁଖ୍ୟ କୃଷି ଅଧିକାରୀଙ୍କୁ କୃଷି ବିଭାଗ ଚିଠି ଲେଖିଛି। ଡିସେମ୍ବର ୩ରୁ ୬ ତାରିଖ ଯାଏଁ ଛୁଟି ବାତିଲ ସହ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି ବିଭାଗ। ଏଣେ ଅମଳ ହୋଇଥିବା ଫସଲର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ବି ଯଥୋଚିତ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଛି କୃଷି ବିଭାଗ। ୪ ତାରିଖ ପୂର୍ବରୁ ବିଭିନ୍ନ ଫସଲ ଅମଳ କରିନେବା ଲାଗି ବି ପରାମର୍ଶ ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ଘଣ୍ଟା ପ୍ରତି ୮୦ରୁ ୯୦ କିଲୋମିଟର୍‌ ବେଗରେ ପ୍ରବାହିତ ବତାସ ଓ ପ୍ରବଳ ବର୍ଷା ସହିତ ଡିସେମ୍ବର ୫ ତାରିଖ ପୂର୍ବାହ୍ନରେ ସାମୁଦ୍ରିକ ବାତ୍ୟା ‘ମିଚୌଙ୍ଗ୍’ ଆନ୍ଧ୍ରପ୍ରଦେଶର ଉପକୂବର୍ତ୍ତୀ ଅଞ୍ଚଳ ନେଲୋର୍‌ ଓ ମଛିଲିପଟନମ୍‌ ମଧ୍ୟରେ ସ୍ଥଳଭାଗକୁ ପ୍ରବେଶ କରିବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ କହିଛି। ପାଣିପାଗ ବିଭାଗ ଜାରି କରିଥିବା ସତର୍କ ସୂଚନା ଅନୁଯାୟୀ, ଡିସେମ୍ବର ୪ ତାରିଖ ଦିନ ଦକ୍ଷିଣ ଉପକୂଳ ଓ ତତ୍‌ସଂଲଗ୍ନ ଦକ୍ଷିଣ ଅଭ୍ୟନ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସେହିପରି, ଡିସେମ୍ବର ୫ ତାରିଖରେ ମଧ୍ୟ ଉପରୋକ୍ତ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

Share Now:

Kalinga News Beuro

Next Post

ଉତ୍ତର-ପଶ୍ଚିମ ଦିଗ ମୁହାଁ ବାତ୍ୟା ‘ମିଗଜୋମ’ : ଘଣ୍ଟା ପ୍ରତି ବେଗ ୧୧ କିଲୋମିଟର

Sun Dec 3 , 2023
ଭୁବନେଶ୍ୱର: ଆଜି ଅପରାହ୍ନ ୨ଟା ୩୦ ସମୟର ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତ ୬ ଘଣ୍ଟା ମଧ୍ୟରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ‘ମିଗଜୋମ’ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୧ କିଲୋମିଟର ବେଗରେ ଅଗ୍ରସର ହେଉଛି। ଏହା ସମାନ ଅଞ୍ଚଳରେ ୧୨ଡ଼ିଗ୍ରି ଉତ୍ତର ଅକ୍ଷାଂଶ ଏବଂ ୮୨.୧ ଡ଼ିଗ୍ରୀ ପୂର୍ବ ଦ୍ରାଘିମା ପାଖରେ, ପୁଡୁଚେରୀର ପ୍ରାୟ ୨୫୦ କିଲୋମିଟର ପୂର୍ବ, ଚେନ୍ନାଇର ୨୩୦ କିଲୋମିଟର ପୂର୍ବ-ଦକ୍ଷିଣ ପୂର୍ବ, ନେଲୋରର ୩୫୦ କିଲୋମିଟର […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial