ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି

ଭୁବନେଶ୍ୱର: ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜୁ ଜନତା ଦଳରୁ ବରିଷ୍ଠ ନେତା ଡ. ଦାମୋଦର ରାଉତ ବୁଧବାର ବହିଷ୍କୃତ ହୋଇଛନ୍ତି। ୨୦୧୮ ସେପ୍ଟେମ୍ବର ମାସରେ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦେଶକ୍ରମେ ଜଗତସିଂହପୁର ଜିଲ୍ଲାର ପାରଦୀପ ବିଧାୟକ ଦାମଙ୍କୁ ବହିଷ୍କୃତ କରାଯାଇଥିଲା। ଡାକ୍ତର ଦାମୋଦର ରାଉତ ବ୍ରାହ୍ମଣ ବିବାଦକୁ ନେଇ ପ୍ରଥମେ ମନ୍ତ୍ରୀପଦ ହରାଇଥିଲେ। ପରେ ୨୦୧୯ରେ ବିଜେପିରେ ସାମିଲ ହୋଇ ନିର୍ବାଚନ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ। ବିଜେପିରୁ ପରାଜିତ ହେବା ପରେ ଦାମ ବିଜେପି ଛାଡ଼ି ପୁଣିଥରେ ବିଜେଡିରେ ଯୋଗ ଦେବାକୁ ଇଚ୍ଛା ପ୍ରକାଶ କରିଥିଲେ। ଏପରିକି ବିଜେପିରେ ଯୋଗ ଦେଇ ଭୁଲ କରିଥିଲି ବୋଲି ଖୋଲାଖୋଲି କହିଥିଲେ। ବିଜେଡିରେ ଯୋଗ ଦେବାକୁ ଦାମ ଚାହିଁଥିଲେ ମଧ୍ୟ ସବୁଜ ସଂକେତ ଦେଇନଥିଲେ ନବୀନ। ତେବେ ନିର୍ବାଚନ ପୂର୍ବରୁ ଦାମଙ୍କୁ ପୁଣିଥରେ ଦଳରେ ଲୋଡିଛନ୍ତି ବିଜେଡି ସୁପ୍ରିମୋ।
ଦାମଙ୍କ ଉପରୁ ବହିଷ୍କାର ଆଦେଶ ହଟିବା ପରେ ପୁଅ ସମ୍ବିତ ରାଉତରାୟ ନିଜର ପ୍ରତିକ୍ରିୟାରେ କହିଛନ୍ତି, ବାପାଙ୍କ ଉପରୁ ବହିଷ୍କାର ଆଦେଶ ହଟିବା ପରେ ମୁଁ ବହୁତ ଖୁସି। ମୁଁ ଭି.କେ. ପାଣ୍ଡିଆନଙ୍କୁ ବାପାଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇବା ଲାଗି ନିବେଦନ କରିଥିଲି। ଅଞ୍ଚଳବାସୀ ଏହି ନିଷ୍ପତ୍ତିକୁ ନେଇ ବହୁତ ଖୁସି। ଯଦି ତାଙ୍କ ସ୍ୱାସ୍ଥ୍ୟ ସାଥ୍ ଦିଏ ଏବଂ ମୁଖ୍ୟମନ୍ତ୍ରୀ ଚାହାନ୍ତି ତେବେ ୨୦୨୪ ନିର୍ବାଚନରେ ବାପା ଦଳ ପାଇଁ ପ୍ରଚାର କରିବେ।

Share Now:

Kalinga News Beuro

Next Post

ବୋରୱେଲରୁ ନବଜାତ ଶିଶୁକନ୍ୟା ଉଦ୍ଧାର ଘଟଣା : ମିଳିଲା ‘ବିଜୟିନୀ’ ମା’ର ପରିଚୟ

Tue Jan 2 , 2024
ସମ୍ବଲପୁର: ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଧୀନ ଲାରିପାଲିସ୍ଥିତ ଶ୍ରୀରାମ ବୁଢ଼ା ଜଙ୍ଗଲରେ ବୋରୱେଲ ଭିତରୁ ଉଦ୍ଧାର ନବଜାତ ଶିଶୁକନ୍ୟାର ମା’ର ପରିଚୟ ମିଳିଛି। ସମ୍ବଲପୁର ଏସ୍‌ପି ମୁକେଶ ଭାମୁ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଶିଶୁକନ୍ୟାର ମା’ ହେଉଛନ୍ତି ଜଣେ ଦିନ ମଜୁରିଆ ଓ ତାଙ୍କ ଘର ସ୍ଥାନୀୟ ଅଞ୍ଚଳରେ। ଶିଶୁକନ୍ୟା ଉଦ୍ଧାର ହେବାର ୩ ଦିନ ପରେ ପୁଲିସ ସଂପୃକ୍ତ ମହିଳାକଙ୍କୁ ଚିହ୍ନ ପାରିଥିଲା। ତାକୁ ଥାନାକୁ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial