କଟକ-ଚାନ୍ଦବାଲି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ମୃତ୍ୟୁସଂଖ୍ୟା ୩ରେ ପହଞ୍ଚିଲା

ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ନିଶ୍ଚିନ୍ତକୋଇଲି: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି। ଏହି ଦୁର୍ଘଟଣାରେ ୪୦ ଆହତ ଓ ୨୦ ଗୁରୁତର ଥିବା ଜଣାଯାଇଛି। ସେମାନଙ୍କୁ ଉଦ୍ଧାର କରାଯାଇଛି। ତେବେ ଏଯାଏ ମୃତକମାନଙ୍କର ପରିଚୟ ମିଳିପାରିନି। ଏଣେ କଟକ ଜିଲ୍ଲାପାଳ ନରହରି ସେଠୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେଣେ ଏସସିବି ମେଡିକାଲରେ ଗୁରୁତରମାନଙ୍କୁ ଭର୍ତ୍ତି କରାଯାଇଛି।
ଘଟଣାରୁ ପ୍ରକାଶ ଯେ କଟରପଡ଼ା କଳା ପୋଲ ନିକଟରେ ସକାଳ ସାଢ଼େ ୭ଟାରେ ମନୋରମା ବସ ଚାନ୍ଦବାଲିରୁ କଟକ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ୧୦ ଚକିଆ ଟ୍ରକକୁ ମୁହାଁମୁହିଁ ପିଟିଥିଲା। ଏହାଫଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିଲା। ପରେ ଆଉଜଣଙ୍କର ପ୍ରାଣହାନି ଘଟିଥିଲା। ଏହାଫଳରେ ମୃତ୍ୟୁସଂଖ୍ୟା ୩ରେ ପହଞ୍ଚିଛି। ଏବେ ବି ଆହୁରି ୭ଜଣଙ୍କ ଅବସ୍ଥା ସକଟାପନ୍ନ ଥିବା କୁହାଯାଉଛି। ବସରେ ଥିବା ୪୦ଜଣ ଯାତ୍ରୀ ଆହତ ହୋଇଥିବା ଜଣାଯାଇଛି। ବସରେ ଦୁଇ ଜଣ ଡ୍ରାଇଭର୍ ବର୍ତ୍ତମାନ ଫସିକି ଥିଲେ। ଦମକଳ ବାହିନୀ ସହ ସ୍ଥାନୀୟ ପୁଲିସ ପହଞ୍ଚି ଉଦ୍ଧାର କରିଥିଲେ।ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି। ଏହାଛଡ଼ା ପ୍ରତି ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଦିଆଯିବ ବୋଲି ସେ ଘୋଷଣା କରିଛନ୍ତି। ଖାଲି ସେତିକି ନୁହେଁ, ଆହତ ଓ ଗୁରୁତରମାନଙ୍କ ଉପଯୁକ୍ତ ଚିକିତ୍ସା ଲାଗି ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Share Now:

Kalinga News Beuro

Next Post

କଲେଜ ଛାତ୍ର ମୃତ୍ୟୁ ଘଟଣା : କ୍ଷତିପୂରଣ ଦାବିରେ ରାଜ୍ୟ ରାଜପଥ ଅବରୋଧ, ଯାତାୟତ ଠପ୍

Tue Jan 2 , 2024
ଡାବୁଗାଁ: ନବରଙ୍ଗପୁର ଜିଲ୍ଲା ଡାବୁଗାଁସ୍ଥିତ ଭୈରବ ଯୁକ୍ତ ତିନି ମହାବିଦ୍ୟାଳୟର ଦ୍ଵିତୀୟ ବର୍ଷ ଛାତ୍ର ଦୀପକ ଗଣ୍ଡଙ୍କର ଅଜଣା ଗାଡ଼ି ଧକ୍କାରେ ମୃତ୍ୟୁ ପରେ ଆଜି ଉତ୍ତେଜନା ଦେଖାଯାଇଛି। ଛାତ୍ରଛାତ୍ରୀମାନେ କ୍ଷତିପୂରଣ ଦାବିରେ ନବରଙ୍ଗପୁର-ଉମରକୋଟ ରାଜ୍ୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ଜିଲ୍ଲାର ଏହି ଦୁଇ ସହରକୁ ଯାତାୟତ ଠପ୍ ରହିଛି।ସୂଚନା ଅନୁସାରେ ଗତ ୩୧ ତାରିଖ ଦିନ ପୂର୍ବାହ୍ନ ୧୧ଟାରେ ନିଜର ଜଣେ ସାଙ୍ଗଙ୍କ ସହିତ ଦୀପକ ଗଣ୍ଡ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial