ରାଜ୍ୟରେ ଆସିବ ଉଚ୍ଚଶିକ୍ଷାରେ ସଂସ୍କାର : ଆରମ୍ଭ ହେଲା ଇ–ଲେକଚର ବ୍ୟବସ୍ଥା

ଉତ୍କଳ ବିଶ୍ଵବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ, ପିଲାଙ୍କ ପାଇଁ ୧୧ଟି ବିଷୟବସ୍ତୁ ରହିବ

ଭୁବନେଶ୍ୱର: ରାଜ୍ୟ ସରକାର ଉଚ୍ଚଶିକ୍ଷାରେ ସଂସ୍କାର ଆଣିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଏଥି ପାଇଁ ଇ–ଲେକଚର ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଏଥିରେ କଲେଜ ଓ ବିଶ୍ଵବିଦ୍ୟାଳୟର ୧୧ଟି ବିଷୟବସ୍ତୁ ଅପଲୋଡ଼ କରାଯାଇଛି, ଯାହା ଉତ୍କଳ ବିଶ୍ଵବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଭର୍ଚୁଆଲ ପ୍ଲାଟଫର୍ମରେ ଏହାର ସୁବିଧା ନେବାକୁ ଉଚ୍ଚଶିକ୍ଷା ସ୍ୱତନ୍ତ୍ର ସଚିବଙ୍କ ପକ୍ଷରୁ ସବୁ କଲେଜ ଓ ବିଶ୍ଵବିଦ୍ୟାଳୟକୁ ଚିଠି କରାଯାଇଛି।
ଏହି ନୂତନ ବ୍ୟବସ୍ଥା ଉପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, vtputkal.odisha.gov.in ଲିଙ୍କ କ୍ଲିକ୍ କଲେ ୪ଟି ସେମିଷ୍ଟାରର କୋର୍ସ ପଢି ହେବ। ଛାତ୍ରଛାତ୍ରୀମାନେ ଘରେ ବସି ସେମିଷ୍ଟାର ପାଇଁ ପ୍ରସ୍ତୁତ ହୋଇପାରିବେ। ପଦାର୍ଥ ବିଜ୍ଞାନ (ଫିଜିକ୍ସ), ରସାୟନ ବିଜ୍ଞାନ (କେମେଷ୍ଟ୍ରି), ଉଦ୍ଭିଦ ବିଜ୍ଞାନ (ବଟାନି), ପ୍ରାଣୀ ବିଜ୍ଞାନ (ଜୁଲୋଜି), ରାଜନୀତି ବିଜ୍ଞାନ, ଓଡ଼ିଆ, ଇତିହାସ, ଇଂରାଜି, ମନୋବିଜ୍ଞାନ, ବାଣିଜ୍ୟ ଓ ଅର୍ଥନୀତି ପରି ୧୧ଟି କଲେଜ ଓ ବିଶ୍ଵବିଦ୍ୟାଳୟସ୍ତରୀୟ ପାଠ୍ୟକ୍ରମ ଏହି ପୋର୍ଟାଲରେ ଅପଲୋଡ଼ ହୋଇଛି। ରୁଷା ଓ ଓଡ଼ିଶା ସରକାରଙ୍କ ଦ୍ୱାରା ଏହି କାର୍ଯ୍ୟକ୍ରମ କରିବାର ମୁଖ୍ୟ ଉଦେଶ୍ୟ ହେଉଛି ଉଭୟ ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କ ପାଇଁ ନୂତନ ସମ୍ଭାବନା ସୃଷ୍ଟି କରିବା।

Share Now:

Kalinga News Beuro

Next Post

ମୁମ୍ବାଇର ଏଷ୍ଟ୍ରେଲା ଟାୱାରରେ ଭୟାବହ ଅଗ୍ନିକାଣ୍ଡ

Sat Jan 13 , 2024
ମୁମ୍ବାଇ: ମୁମ୍ବାଇରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଡୋମ୍ବିଭଲି ଲୋଧା ଫେଜ୍-୨ ଖୋନା ଏଷ୍ଟ୍ରେଲା ଟାୱାରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୫ରୁ ୬ ମହଲା ବିଶିଷ୍ଟ ଏକ ଗ୍ୟାଲେରୀ ଜଳି ଯାଇଛି। ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବାହିନୀର ୩ଟି ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛନ୍ତି। ଅଗ୍ନିକାଣ୍ଡର କାରଣ ସର୍ଟସର୍କିଟ ବୋଲି କୁହାଯାଉଥିଲେ ମଧ୍ୟ ତାହା ସ୍ପଷ୍ଟ ହୋଇନାହିଁ। ଆଶ୍ୱସ୍ତିର ଖବର ହେଉଛି […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial