“ଶଙ୍ଖ” ଛାଡି “ହାତ” ଧରିଲେ ପୂର୍ବତନ ବିଜେଡି ବିଧାୟକ ବଳଭଦ୍ର ମାଝୀ

ଭବାନୀପାଟଣା: ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝୀ ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ଆଜି ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ ବଳଭଦ୍ର ମାଝୀ ହାତ ଧରିଛନ୍ତି। ଏଥିଲାଗି ଆୟୋଜିତ ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଭାରୀ ଅଜୟ କୁମାର, ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ, ବିଧାୟକ ସନ୍ତୋଷ ସିଂ ସାଲୁଜା, ଅଧିରାଜ ପାଣିଗ୍ରାହୀ ଓ ତାରା ପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଥିଲେ। ନିଜ ଅଞ୍ଚଳର ଲୋକଙ୍କ ସ୍ୱାର୍ଥକୁ ଆଖିରେ ରଖି ସେ କଂଗ୍ରେସରେ ସାମିଲ ହୋଇଥିବା କହିଛନ୍ତି ବଳଭଦ୍ର ମାଝୀ।
ସୂଚନାଯୋଗ୍ୟ, ଗତ ଜାନୁଆରି ୮ ତାରିଖରେ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝୀ। ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଥିଲେ। ଉଲ୍ଲେଖଯୋଗ୍ୟ, ଲଗାତାର ଭାବରେ ୧୯୯୦ ମସିହାରୁ ବଳଭଦ୍ର ମାଝୀ ଲାଞ୍ଜିଗଡ଼ ବିଧାନସଭାରୁ ୫ଥର ନିର୍ବାଚିତ ହୋଇଥିଲେ। ହେଲେ ୨୦୧୯ରେ ଦଳ ତାଙ୍କୁ ଟିକେଟ ଦେଇନଥିଲା। ଟିକେଟ କଟିବା ପରେ କର୍ମୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ତାପରେ ବି ସେ ବିଜେଡିରେ ସକ୍ରିୟ ଥିଲେ। ହେଲେ ଦଳରେ ଅବହେଳାର ଶିକାର ହୋଇଥିବା କାରଣରୁ ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଇଥିଲେ।

Share Now:

Kalinga News Beuro

Next Post

କୁହୁଡି ହେଲା କାଳ : ଟ୍ରକ ଧକ୍କାରେ ୧୨ ଜଣଙ୍କର ମୃତ୍ୟୁ

Thu Jan 25 , 2024
କାନପୁର: ଉତ୍ତରପ୍ରଦେଶର ଶାହାଜାହାନପୁରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଯେଉଁଥିରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ ଘନ କୁହୁଡି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବାର ଜଣାପଡିଛି। ଏକ ଟ୍ରକ ଅଟୋକୁ ଧକ୍କା ଦେବାରୁ ଏଥିରେ ଯାଉଥିବା ସମସ୍ତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହି ଘଟଣା ଅଲହଗଞ୍ଜ ଜାଲାଲାବାଦ ଜାତୀୟ ରାଜପଥରେ ଘଟିଛି। ପୁଲିସର କହିବା ମୁତାବକ ସ୍ଥାନୀୟ ଦମଗାଢ଼ ଗ୍ରାମର ୧୨ ଜଣ ଶ୍ରଦ୍ଧାଳୁ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial