କୁହୁଡି ହେଲା କାଳ : ଟ୍ରକ ଧକ୍କାରେ ୧୨ ଜଣଙ୍କର ମୃତ୍ୟୁ

କାନପୁର: ଉତ୍ତରପ୍ରଦେଶର ଶାହାଜାହାନପୁରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଯେଉଁଥିରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ ଘନ କୁହୁଡି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବାର ଜଣାପଡିଛି। ଏକ ଟ୍ରକ ଅଟୋକୁ ଧକ୍କା ଦେବାରୁ ଏଥିରେ ଯାଉଥିବା ସମସ୍ତ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହି ଘଟଣା ଅଲହଗଞ୍ଜ ଜାଲାଲାବାଦ ଜାତୀୟ ରାଜପଥରେ ଘଟିଛି। ପୁଲିସର କହିବା ମୁତାବକ ସ୍ଥାନୀୟ ଦମଗାଢ଼ ଗ୍ରାମର ୧୨ ଜଣ ଶ୍ରଦ୍ଧାଳୁ ଗଙ୍ଗାସ୍ନାନ ପାଇଁ ଆଜି ଭୋର ସମୟରେ ଏକ ଅଟୋ ଯୋଗେ ଯାଉଥିଲେ। ତେବେ ଏହି ସମୟରେ ଜାଲାଲାବାଦ ଜାତୀୟ ରାଜପଥର ସୁଗସୁଗି ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଏହି ଅଟୋକୁ ଧକ୍କା ଦେଇଥିଲା।
ଦୁର୍ଘଟଣା ଏତେ ଜୋରରେ ହୋଇଥିଲା ଯେ ଘଟଣାସ୍ଥଳରେ ହିଁ ଅଟୋରେ ଯାଉଥିବା ସମସ୍ତ ୧୨ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଯାଇଥିଲା। ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଥିଲା। ତେବେ ଦୁର୍ଘଟଣା ସମ୍ପର୍କରେ ଜାଣିବାପରେ ସ୍ଥାନୀୟ ଗ୍ରାମବାସୀ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିବାବେଳେ ଏବେ ତଦନ୍ତ ଜାରି ରହିଛି। ପୁଲିସ କହିଛି ଯେ ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ଘନ କୁହୁଡି ଯୋଗୁଁ ଦୃଶ୍ୟମାନ୍ୟତା କମ ରହିଥିଲା। ଯେଉଁଥିପାଇଁ ଏହି ଦୁର୍ଘଟଣା ଘଟିଥିଲା।

Share Now:

Kalinga News Beuro

Next Post

ଆସନ୍ତା୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ : ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କଲେ ରାଜ୍ୟ ସରକାର

Thu Jan 25 , 2024
ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ସମଲେଇ ପ୍ରକଳ୍ପ ଉଦଘାଟିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ମା’ଙ୍କ ପୀଠକୁ ନୂଆ ରୂପରେ ଦେଖିବାକୁ ପାଇବେ ଶ୍ରଦ୍ଧାଳୁ। ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା୨୭ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ସାରା ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ (ସ୍କୁଲ ଓ କଲେଜ) ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial