ଆସନ୍ତା୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ : ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ସମଲେଇ ପ୍ରକଳ୍ପ ଉଦଘାଟିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ମା’ଙ୍କ ପୀଠକୁ ନୂଆ ରୂପରେ ଦେଖିବାକୁ ପାଇବେ ଶ୍ରଦ୍ଧାଳୁ। ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା୨୭ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ସାରା ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ (ସ୍କୁଲ ଓ କଲେଜ) ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଦିନ ଚତୁର୍ଥ ଶନିବାର ପଡ଼ୁଥିବାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ। ସମଲେଇ ପ୍ରକଳ୍ପ ଅଧୀନରେ ସମ୍ବଲପୁରର ଭବ୍ୟ ସମଲେଇ ମନ୍ଦିର ପରିସରର ହୋଇଛି ରୂପାନ୍ତରିକରଣ। ଏହି ଭବ୍ୟ ଉତ୍ସବରେ ସାମିଲ ହୋଇ ମା’ସମଲେଇଙ୍କ ଆଶୀର୍ବାଦ ନେବା ଲାଗି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିବେଦନ କରାଯାଇଛି।

Share Now:

Kalinga News Beuro

Next Post

ସାଧାରଣ ନିର୍ବାଚନରେ ହୋମ୍ ଭୋଟିଂ ବ୍ୟବସ୍ଥା : ବୟସ୍କ, ଦିବ୍ୟାଙ୍ଗ ଓ ଅସୁସ୍ଥ ଭୋଟରଙ୍କ ପାଇଁ ଲାଗୁ

Thu Jan 25 , 2024
ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ସରକାରୀ ବ୍ୟବସ୍ଥା ସଂପର୍କରେ ନାନା ତଥ୍ୟ ସାମ୍ନାକୁ ଆସୁଛି। ଏଥର ନିର୍ବାଚନ ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନୂଆ ବ୍ୟବସ୍ଥା କରାଯାଇଛି। ଘରେ ରହି ବୟସ୍କ, ଦିବ୍ୟାଙ୍ଗ ଓ ଅସୁସ୍ଥ ଭୋଟର ଭୋଟ୍ ଦେବେ। ୮୦ ବର୍ଷରୁ ଅଧିକ ବୟସ୍କ, ୪୦ ବର୍ଷରୁ କମ୍ ବୟସ୍କ ଦିବ୍ୟାଙ୍ଗ ଓ ଅସୁସ୍ଥ ହୋଇ ଘରେ ରହିଥିଲେ, ସେମାନଙ୍କ ପାଇଁ ହୋମ୍ ଭୋଟିଂର ବ୍ୟବସ୍ଥା […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial