୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର: ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ରାଜ୍ୟପାଳ ରଘୁବର ଦାସ ଚିତ୍ତାକର୍ଷକ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି।
ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ପରେଡର ନେତୃତ୍ୱ ନେଉଛନ୍ତି ଆଇପିଏସ୍‌ ଅଫିସର ଏ.ବି ଶିଳ୍ପା। ଏହି ପରେଡରେ ଆଇଟିବିପି, ସିଆରପିଏଫ୍ ଏବଂ ଓଏସଏପି ଯବାନମାନଙ୍କ ସମେତ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଛନ୍ତି। ଏଥର ଗଡ଼ିଛି ପ୍ରଜ୍ଞାପନ ମେଢ଼। ‘ରୂପାନ୍ତରଣ ପଥେ ଓଡ଼ିଶା’ ଥିମକୁ ନେଇ ଆୟୋଜନ ହୋଇଛି ମେଢ଼। ରାଜ୍ୟ ସରକାରଙ୍କ ୧୨ଟି ବିଭାଗ ଏବଂ ଗୋଟିଏ ନିଗମ ପକ୍ଷରୁ ମୋଟ ୧୩ଟି ମେଢ଼ ଗଡ଼ିଛି। ଏହାଛଡ଼ା ବିଭିନ୍ନ ଲୋକନୃତ୍ୟ ଓ କଳା ମଧ୍ୟ ପ୍ରଦର୍ଶିତ ହୋଇଛି। ଏହି କାର୍ଯ୍ୟକ୍ରମରେ କେତେକ ସରକାରୀ ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି।

Share Now:

Kalinga News Beuro

Next Post

ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Sat Jan 27 , 2024
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷ କୃତ୍ୟ ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ୱାଧୀନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ୱାଧୀନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ୱାଧୀନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial