ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ : ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ଭୁବନେଶ୍ୱର: ଖଲ୍ଲିକୋଟ ରାଣୀ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତି ଶୋକ ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ‘ଏକ୍ସ’ରେ ରାଜ୍ୟପାଳ ରଘୁବର ଦାସ ଗଭୀର ଶୋକ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗ ଓ ଅନୁଗାମୀଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତ୍ୟନ୍ତ ମର୍ମାହତ ହେବା ସହ ଗଭୀର ଦୁଃଖ ପ୍ରକାଶ କରି କହିଛନ୍ତି ଯେ ଓଡ଼ିଶାର ଲୋକକ୍ଷେତ୍ରକୁ ତାଙ୍କର ଅତୁଳନୀୟ ଅବଦାନ ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ବିଶିଷ୍ଟ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟର ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଦୀର୍ଘ ସମୟ ଧରି ବିଧାୟିକା ଭାବେ ଓଡ଼ିଶାର ଜନମାନସରେ ସେ ସୁପରିଚିତ ଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ରାଜନେତ୍ରୀଙ୍କୁ ହରାଇଲା। ରାଜ୍ୟ ରାଜନୀତି ଜଗତରେ ଜନପ୍ରତିନିଧି ଭାବେ ତାଙ୍କର ଲୋକସେବା କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ଦଳୀୟ ରାଜ୍ୟ ସଭାପତି ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ମଧ୍ୟ ଶୋକ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, କବିସୂର୍ଯ୍ୟନଗର ଓ ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ୮୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। ତାମିଲନାଡୁର ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି।

Share Now:

Kalinga News Beuro

Next Post

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ : ଦୁର୍ଘଟଣାରୁ ବର୍ତ୍ତି ଭୟରେ ଓହ୍ଲାଇପଡ଼ିଲେ ଯାତ୍ରୀ

Sat Feb 10 , 2024
ପୁରୁଣା ଭୁବନେଶ୍ୱର: ଗୋଟିଏ ‌ଟ୍ରାକ୍‌ରେ ମୁହାଁମୁହିଁ ହୋଇଥିଲେ ଦୁଇଟି ଯାତ୍ରୀବାହୀ ଟ୍ରେନ୍‌। ପରସ୍ପରଠାରୁ ପାଖାପାଖି ୧୦୦ ମିଟର ଦୂରତାକୁ ଆସି ଅଟକି ଯାଇଥିଲେ। ତେବେ ଏହା ଜାଣିବା କ୍ଷଣି ଉଭୟ ଟ୍ରେନ୍‌ରେ ଥିବା ଯାତ୍ରୀମାନେ ଦୁର୍ଘଟଣା ଆଶଙ୍କାରେ ଓହ୍ଲାଇ ପଡ଼ିଥିଲେ। ସମସ୍ତଙ୍କ ମଧ୍ୟରେ ଭୟର ବାତାବରଣ ଖେଳି ଯାଇଥିଲା। କେବଳ ଯାତ୍ରୀ ନୁହନ୍ତି, ଖବର ପ୍ରଚାର ହେବାପରେ ଆଖପାଖ ଅଞ୍ଚଳର ଲୋକେ ମଧ୍ୟ ସେଠାକୁ ଧାଇଁଥିଲେ। ଯାତ୍ରୀମାନେ ଟ୍ରେନ୍‌ରୁ ତ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial