ନିରବିଗଲେ ପ୍ରସିଦ୍ଧ କଣ୍ଠଶିଳ୍ପୀ ପଙ୍କଜ ଉଧାସ

ନୂଆଦିଲ୍ଲୀ: ଗଜଲ ଗାୟକ ପଙ୍କଜ ଉଧାସଙ୍କ ପରଲୋକ ହୋଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ଥିଲେ। ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ତାଙ୍କ ଝିଅ ନାୟାବ ଉଧାସ ଏକ ବିବୃତି ଜାରି କରି ତାଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇଛନ୍ତି। ତାଙ୍କ ଦ୍ୱାରା ଜାରି ଏକ ବିବୃତିରେ ଲେଖାଯାଇଛି, “ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ୨୬ ଫେବୃଆରୀ ୨୦୨୪ରେ ପଦ୍ମଶ୍ରୀ ପଙ୍କଜ ଉଧାସଙ୍କ ବିୟୋଗ ବିଷୟରେ ଆପଣଙ୍କୁ ଜଣାଇ ଆମେ ଦୁଃଖିତ।“
ପଙ୍କଜ ଉଧାସ ଚାରଣ ୧୭ ମଇ ୧୯୫୧ରେ ଜନ୍ମଗ୍ରହଣ କରିଥିଲେ। ସେ ଜଣେ ଗଜଲ ଗାୟକ ଭାବରେ ଲୋକପ୍ରିୟ ହୋଇଥିଲେ। ଭାରତୀୟ ସଙ୍ଗୀତ ଜଗତରେ ତାଙ୍କୁ ତଲତ ଅଜିଜ୍ ଏବଂ ଜଗଜିତ୍ ସିଂହଙ୍କ ଭଳି ଅନ୍ୟ ପ୍ରସିଦ୍ଧ ଗଜଲ ଗାୟକଙ୍କ ସହ ତୁଳନା କରାଯାଇଥିଲା। ବଲିଉଡରେ ସେ ଅନେକ ଲୋକପ୍ରିୟ ଗୀତ ଗାଇଛନ୍ତି।

Share Now:

Kalinga News Beuro

Next Post

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ବେଳେ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

Mon Feb 26 , 2024
ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫେବୃଆରୀ ୨୮ରୁ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ସମୟରେ ସେ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial