ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କୁ ସମ୍ମାନସୂଚକ ଡି ଲିଟ୍‌ ଉପାଧି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପ୍ରମୋଦ କୁମାର ମିଶ୍ରଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ସମାରୋହରେ ସମ୍ମାନସୂଚକ ଡି.ଲିଟ୍‌ ଉପାଧିରେ ସମ୍ମାନିତ କରାଯାଇଛି। ବିଶ୍ୱବିଦ୍ୟାଳୟ ପରିସରରେ ଆଜି ଆୟୋଜିତ ଭବ୍ୟ ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡକ୍ଟର ମିଶ୍ରଙ୍କୁ ଡି. ଲିଟ୍‌ ଉପାଧିରେ ସମ୍ମାନିତ କରିଥିଲେ। ଏହି ଅବସରରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ।
୧୯୭୨ ବ୍ୟାଚ୍‌ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ଡକ୍ଟର ମିଶ୍ରଙ୍କର ଦୀର୍ଘ ୫୦ ବର୍ଷରୁ ଅଧିକ ସମୟର ପ୍ରଶାସନିକ ଅଭିଜ୍ଞତା ରହିଛି। ସେ ଗୁଜରାଟ ସରକାର ଏବଂ ଭାରତ ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ନିଷ୍ଠା ଓ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି। ଡକ୍ଟର ମିଶ୍ରଙ୍କର ପ୍ରଶାସନିକ ସେବା ବ୍ୟତୀତ ଜଣେ ବିଶିଷ୍ଟ ଅର୍ଥନୀତିଜ୍ଞ ଭାବେ ବିଶେଷ ଖ୍ୟାତି ରହିଛି। ସମ୍ପ୍ରତି ଓଡ଼ିଶା ଗସ୍ତରେ ଥିବା ଡକ୍ଟର ପି.କେ ମିଶ୍ର ଶୁକ୍ରବାର କିଟ୍‌ ଓ କିସ୍‌ ଗସ୍ତ କରି ଛାତ୍ରଛାତ୍ରୀଙ୍କୁ ସାମ୍ବୋଧିତ କରିବେ। ସେ ଭୁବନେଶ୍ୱରସ୍ଥିତ ସିଏସଆଇଆର-ଆଇଆଇଏମଟି ପରୀକ୍ଷାଗାର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ପୁରୀ ଗସ୍ତ କରି ଶ୍ରୀମନ୍ଦିର ବିକାଶ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିବେ।

Share Now:

Kalinga News Beuro

Next Post

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍

Thu Feb 29 , 2024
ଫୁଲବାଣୀ: ଫୁଲବାଣୀ ଫାଷ୍ଟଟ୍ରାକ୍‌ କୋର୍ଟ ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହିତ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ରହିଲେ ଅଧିକ ୧୦ ମାସ କାରାଦଣ୍ଡ ଭୋଗିବାକୁ କୋର୍ଟ ନିଜ ରାୟରେ ଉଲ୍ଲେଖ କରିଛନ୍ତି। ଘଟଣାରୁ ପ୍ରକାଶ, ଗତ ୨୦୧୭ ମସିହା ଜୁନ୍‌ ୨୩ ତାରିଖ ଦିନ ଗୋଛାପଡ଼ା ଥାନା ଅନ୍ତର୍ଗତ ସଲାଗୁଡ଼ା ଗ୍ରାମରେ ଅଭିଯୁକ୍ତ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial