କନିଷ୍ଠ ଶିକ୍ଷକଙ୍କୁ ୨୦୦୦୦ ଟଙ୍କାର ମାସିକ ପାରିଶ୍ରମିକ

ଭୁବନେଶ୍ୱର : ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି। ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ।
ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ। ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ। ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ।

Share Now:

Kalinga News Beuro

Next Post

ମେଟ୍ରୋ ପାଇଁ ଡକା ହେଲା ଟେଣ୍ଡର : ବିମାନବନ୍ଦରରୁ ଆଚାର୍ଯ୍ୟବିହାର ପାଇଁ ୬୩୦କୋଟି

Wed Mar 13 , 2024
ଭୁବନେଶ୍ୱର: ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମ ପକ୍ଷରୁ ଟେଣ୍ଡର ଆହ୍ବାନ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ (୨୬କିମି) ମେଟ୍ରୋ ଚାଲିବାକୁ ଥିବାବେଳେ ଏବେ ବିମାନବନ୍ଦରରୁ ଆଚାର୍ଯ୍ୟ ବିହାର ଛକ ପର୍ଯ୍ୟନ୍ତ ରେଳଲାଇନ୍ ବିଛାଯିବ। ଏଥିପାଇଁ ୬୩୦କୋଟି ୬୫ଲକ୍ଷ ଟଙ୍କାର ଖର୍ଚ୍ଚ ଆକଳନ କରାଯାଇଥିବାବେଳେ ସବୁଠୁ କମ୍‌ ‌ମୂଲ୍ୟ ଆହ୍ବାନ କରିବାକୁ ଥିବା ସଂସ୍ଥାକୁ କାର୍ଯ୍ୟାଦେଶ ଦିଆଯିବ। ଦିଲ୍ଲୀ ମେଟ୍ରୋ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial