ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ୱର: ଲେଖାଶ୍ରୀ ସାମନ୍ତସିଂହାର ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ବିଜେଡି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଏବଂ ଦଳର ନେତାଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବିଜେପି ଛାଡ଼ିଥିବା ଲେଖାଶ୍ରୀ। ବିଜେଡିରେ ସାମିଲ ହେବା ପରେ ଲେଖାଶ୍ରୀ କହିଛନ୍ତି, ହୃଦୟର ସହ ମୋତେ ବିଜେଡିରେ ସାମିଲ କରାଇଥିବାରୁ ମୁଖ୍ୟମନ୍ତ୍ରୀ ଏବଂ ଫାଇଭ-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ। ବର୍ଷ ବର୍ଷ ଧରି ମୁଁ ବିଜେପିକୁ ସର୍ବସ୍ୱ ଦେଇଛି, ଓଡ଼ିଶାବାସୀଙ୍କ ସେବା କରିବାର ଇଚ୍ଛା ଥିଲା, ତାହା ବିଜେପି ପୂରଣ କରିବାକୁ ଦେଲାନି। ଏତେ ପରିଶ୍ରମ କରିକି ବି ଦଳର ନେତୃତ୍ୱ ମୋ ଉପରେ ଭରସା କଲେନି। ମୋ ପାଇଁ ବିଜେପିରେ ଏତିକି କାମଥିଲା ବୋଲି ଭାବିଲି ଆଉ ଆଗକୁ ବଢ଼ିବା ପାଇଁ ବିଜେଡିରେ ସାମିଲ ହେଲି। ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶର ଚିନ୍ତାଧାରା ମୋତେ ବିଜେଡିରେ ସାମିଲ ହେବାକୁ ପ୍ରେରଣା ଦେଲା।

Share Now:

Kalinga News Beuro

Next Post

ଶଙ୍ଖ ଫୁଙ୍କିଲେ ଗଣେଶ୍ୱର : କେନ୍ଦ୍ରାପଡାରେ ଶକ୍ତ ହେବ ବିଜେଡି

Sun Apr 7 , 2024
ଭୁବନେଶ୍ୱର: ନିକଟରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା ବିଜେଡିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ସେ ଆଜି ଶଙ୍ଖଭବନକୁ ଆସି ବିଜେଡିରେ ମିଶିଛନ୍ତି। ବିଜେଡିର ବରିଷ୍ଠ ନେତା ପ୍ରତାପ ଜେନା, ଶଶିଭୂଷଣ ବେହେରା ଓ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି। ପୂର୍ବରୁ ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ପିସିସି ସଭାପତିଙ୍କୁ ନିକଟକୁ ପଠାଇବା ସହିତ ଦଳ ତାଙ୍କୁ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial