ପ୍ରଚଣ୍ଡ ରୌଦ୍ରପ୍ରବାହ : କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ

ଭୁବନେଶ୍ୱର: ଆଜି ସାରା ରାଜ୍ୟରେ ପ୍ରଚଣ୍ଡ ରୌଦ୍ର ପ୍ରବାହ ଜାରି ରହିଛି। ଏହାକୁ ଆଖି ଆଗରେ ରଖି ଦ୍ୱୈତ ନଗରୀ କଟକ, ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମ୍ଭାବନା ନେଇ ରେଡ୍ ଆଲର୍ଟ ଜାରି ହୋଇଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଆଗାମୀ ୩୦ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ। ଠିକ୍ ସେହିପରି ମେ’ ୯ ତାରିଖ ଯାଏ ରାଜ୍ୟରେ ବଡ଼ ଧରଣର ବର୍ଷା ନାହିଁ।
ଅସହ୍ୟ ତାତି ପାଇଁ ଉତ୍ତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ବି ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ସୋନପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, ଦେବଗଡ଼, ବରଗଡ଼ ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହା ସହ କୋରାପୁଟ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Share Now:

Kalinga News Beuro

Next Post

ଆମେରିକାରେ ୩ ଭାରତୀୟ ମହିଳା ମୃତ : ଜଣେ ଗୁରୁତର

Sat Apr 27 , 2024
ନୂଆଦିଲ୍ଲୀ: ଆମେରିକାରେ ଏକ ଭୟଙ୍କର କାର ଦୁର୍ଘଟଣାରେ ଗୁଜରାଟର ତିନିଜଣ ମହିଳାଙ୍କ ମୃତ୍ୟୁ ଘଟିଛି। ସମସ୍ତ ମହିଳା ଗୁଜରାଟର ଆନନ୍ଦ ଜିଲ୍ଲାର ବାସିନ୍ଦା ବୋଲି ଜଣାପଡ଼ିଛି। ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ମହିଳାମାନେ ହେଉଛନ୍ତି ରେଖାବେନ ପଟେଲ, ସାଙ୍ଗିତାବେନ ପଟେଲ ଏବଂ ମନୀଷାବେନ ପଟେଲ। ଏହି ଦୁର୍ଘଟଣାର ଏକମାତ୍ର ବଞ୍ଚିଥିବା ବ୍ୟକ୍ତି ଏବେ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡିଛି। ସେ ଏବେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। […]
ଆମେରିକାରେ ୩ ଭାରତୀୟ ମହିଳା ମୃତ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial