ଟିକେଟ ଦେଇ ଫେରାଇ ନେଲା କଂଗ୍ରେସ : ଦଳ ଛାଡ଼ିଲେ ଦୁଲାଲ ଚନ୍ଦ୍ର ପ୍ରଧାନ

ଦୁଲାଲ ଚନ୍ଦ୍ର ପ୍ରଧାନ

ସମ୍ବଲପୁର: କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। କଂଗ୍ରେସ ଟିକେଟ ଦେଇ ଫେରାଇ ନେବାକୁ ନେଇ ଅସନ୍ତୁଷ୍ଟ ଥିବା ଦୁଲାଲ ଚନ୍ଦ୍ର ପ୍ରଧାନ ଦଳ ଛାଡ଼ିଛନ୍ତି। ସେ ନିଜର ଇସ୍ତଫାପତ୍ର ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନିକଟକୁ ପଠାଇଥିବା ଜଣାଯାଇଛି। ସୂଚନାଯୋଗ୍ୟ ଗତକାଲି ଭାରତୀୟ ଜାତୀୟ କଂଗ୍ରେସ ରବିବାର ୨ଟି ଲୋକସଭା ଆସନ ଓ ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବା ପରେ କଂଗ୍ରେସ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ପ୍ରାର୍ଥୀ ପରିବର୍ତ୍ତନ କରିଥିଲା। ସେହିପରି ବାରପଦା ଓ ଖଣ୍ଡପଡ଼ା ବିଧାନସଭାରେ ମଧ୍ୟ ପ୍ରାର୍ଥୀ ପରିବର୍ତ୍ତନ କରିଥିଲା।
କଂଗ୍ରେସ ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏକ ପ୍ରେସ ବିଜ୍ଞପ୍ତିରେ କହିଥିଲେ, କଟକରେ ସୁରେଶ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି। ସେହିପରି ସମ୍ବଲପୁର ଲୋକସଭା କ୍ଷେତ୍ରରେ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଇଛି। ଏଣେ ବାରିପଦାରେ ବାଦଲ ହେମ୍ବ୍ରମଙ୍କ ସ୍ଥାନରେ ପ୍ରମୋଦ କୁମାର ହେମ୍ବ୍ରମ ଓ ଖଣ୍ଡପଡ଼ାରେ ମନୋଜ କୁମାର ପ୍ରଧାନଙ୍କ ସ୍ଥାନରେ ବୈଜୟନ୍ତୀମାଳା ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି।

Share Now:

Kalinga News Beuro

Next Post

ସାଂସଦ ପ୍ରଜ୍ୱଳ ରେବନ୍ନାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ : ଡ୍ରାଇଭରଙ୍କ ଚାଞ୍ଚଲ୍ୟକର ବୟାନ

Tue Apr 30 , 2024
ନୂଆଦିଲ୍ଲୀ: କର୍ଣ୍ଣାଟକର ହାସନ ଲୋକସଭା ଆସନର ସାଂସଦ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବଗୌଡ଼ାଙ୍କ ନାତି ପ୍ରଜ୍ୱଳ ରେବନ୍ନାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଜେଡି(ଏସ୍‌)ର ପ୍ରତିଷ୍ଠାତା ଏଚ୍‌ଡି ଦେବେଗୌଡ଼ାଙ୍କ ପୁଅ ଓ ନାତିଙ୍କ ବିରୋଧରେ ‌ଯୌନ ନିର୍ଯାତନା ଅଭି‌ଯୋଗ ଆସିବା ପରେ ଜେଡି ଦଳରୁ(ଏସ) ପ୍ରଜ୍ୱଳ ରେବନ୍ନାଙ୍କୁ ନିଲମ୍ବନ କରିବାର ନିଷ୍ପତ୍ତି ନେଇଥିଲା ବୋଲି ଦଳର ମୁଖପାତ୍ର ଏଚ୍ ଡି କୁମାରସ୍ୱାମୀ କହିଛନ୍ତି। ଦେବେଗୌଡ଼ାଙ୍କ ନାତି ତଥା ସାଂସଦ ପ୍ରଜ୍ୱଳ […]
ସାଂସଦ ପ୍ରଜ୍ୱଳ ରେବନ୍ନାଙ୍କ ଅଶ୍ଳୀଳ ଭିଡିଓ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial