୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି : ବଦଳିଲେ ଦେବଗଡ଼ ପ୍ରାର୍ଥୀ

୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ବିଜେଡିର ବହୁ ପ୍ରତିକ୍ଷୀତ ଅବଶିଷ୍ଟ ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରୁ ବିଧାନସଭା ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସ ପ୍ରାର୍ଥୀ ହୋଇଥିବାବେଳେ ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ ଏବଂ ନୀଳଗିରି ଆସନରୁ ସୁକାନ୍ତ କୁମାର ନାୟକଙ୍କୁ ପ୍ରାର୍ଥୀ କରାଯାଇଛି। ସନ୍ଧ୍ୟାରାଣୀ ଦାସ ବିଜେଡି ସଂଗଠନ ସମ୍ପାଦକ ବବି ଦାସଙ୍କ ମା’।
ସେହିପରି ଦେବଗଡ଼ ‌ବିଧାନସଭା ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ଦେବଗଡ଼ ବିଧାନସଭା ପ୍ରାର୍ଥୀ ଅରୁନ୍ଧତୀ ଦେବୀଙ୍କ ବଦଳରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ କରାଯାଇଛି। ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି।

Share Now:

Kalinga News Beuro

Next Post

ବିଜେଡିରୁ ଇସ୍ତଫା ଦେଲେ ଖଣ୍ଡପଡ଼ାରୁ ଆଶାୟୀ ଅନୁଭବ ପଟ୍ଟନାୟକ

Thu May 2 , 2024
ଭୁବନେଶ୍ୱର: ଟିକେଟ୍‌ ନମିଳିବା ପରେ ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ। ଖଣ୍ଡପଡା ଆସନରୁ ଟିକେଟ ଆଶାୟୀ ଥିବା ଅନୁଭବ ପଟ୍ଟନାୟକ, ଟିକେଟ୍ ପାଇବାରୁ ବଞ୍ଚିତ ହେବା ପରେ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ନିଜ ଇସ୍ତଫା ପତ୍ରରେ ସେ ଲେଖିଛନ୍ତି, ଦୀର୍ଘ ୪୦ ବର୍ଷ ହେଲା ତାଙ୍କ ପରିବାର ଖଣ୍ଡପଡ଼ାରେ ଦଳର ସଙ୍ଗଠନକୁ ସୁଦୃଢ କରିବାକୁ […]
ଇସ୍ତଫା ଦେଲେ ଖଣ୍ଡପଡ଼ାରୁ ଆଶାୟୀ ଅନୁଭବ ପଟ୍ଟନାୟକ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial