ଓଡ଼ିଶାରେ ଏଥର ବିଜେପି ସରକାର କରିବ : ହେମାମାଳିନୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟରେ ଦେଶବାସୀ ଖୁସି, ଓଡ଼ିଶାରେ ଏଥର ବିଜେପି ସରକାର କରିବ। ଭୁବନେଶ୍ୱର ବିମାନବନ୍ଦର ବାହାରେ ବିଜେପିର ଷ୍ଟାର୍ ପ୍ରଚାରକ ହେମାମାଳିନୀ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି। ସେ ଆହୁରି କହିଛନ୍ତି, ରାଜ୍ୟର ୨୫ ବର୍ଷର ସରକାର ପରିବର୍ତ୍ତନ ହେବାର ସମୟ ଆସିଛି। ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା କୌଣସି ବିକାଶ ହୋଇନି। ଓଡ଼ିଶାର ବିକାଶ ପାଇଁ ଏବେ ଡବଲ ଇଞ୍ଜିନ୍ ସରକାର ଦରକାର।
ହେମାମାଳିନୀଙ୍କର ଭୁବନେଶ୍ୱର, କଟକ ଓ ପିପିଲି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସାଲିଆ ସାହିରେ ସେ ଜନସଭାକୁ ସମ୍ବୋଧନ କରିବେ। ଉତ୍ତର ଭୁବନେଶ୍ୱର ଓ କଟକର କିଷନନଗରରେ ଦୁଇଟି ଜନସଭାକୁ ସମ୍ବୋଧିତ କରିବା ପରେ ପିପିଲିରେ ହେମାମାଳିନୀ ରୋଡ୍ ସୋ କରିବେ।

Share Now:

Kalinga News Beuro

Next Post

ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୋରଦାର ପ୍ରଚାର

Fri May 17 , 2024
ସମ୍ବଲପୁର: ସମ୍ବଲପୁରରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ଆଣିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡି ସରକାର ମାଗଣା ବିଜୁଳି ଦେବେ। ଜୁଲାଇ ମାସରୁ ବିଜୁଳି ବିଲ୍ ଆସିବ ନାହିଁ।ଏହାସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ଦଳର ନେତା ମିଛ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial