ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜୋରଦାର ପ୍ରଚାର

ସମ୍ବଲପୁର: ସମ୍ବଲପୁରରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟ ସରକାର ଆଣିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡି ସରକାର ମାଗଣା ବିଜୁଳି ଦେବେ। ଜୁଲାଇ ମାସରୁ ବିଜୁଳି ବିଲ୍ ଆସିବ ନାହିଁ।
ଏହାସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ଦଳର ନେତା ମିଛ କହୁଛନ୍ତି। କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ତେଣୁ ସେମାନଙ୍କୁ ବିଶ୍ୱାସ ନ କରି ବିଜେଡି ପ୍ରାର୍ଥୀଙ୍କୁ ଭରସିବା ସହ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Share Now:

Kalinga News Beuro

Next Post

ପାକିସ୍ତାନରେ ଭୟଙ୍କର ସଡ଼କ ଦୁର୍ଘଟଣା : ଗୋଟିଏ ପରିବାରର ୧୩ ମୃତ

Sat May 18 , 2024
ଲାହୋର: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଶନିବାର ଏକ ମିନି ଟ୍ରକ୍ ଭାରସାମ୍ୟ ହରାଇ ଖାଲକୁ ଖସି ପଡ଼ିବାରୁ ୫ ଶିଶୁଙ୍କ ସମେତ ଗୋଟିଏ ପରିବାରର ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ଅନ୍ୟ ୯ ଜଣ ଆହତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଧିକାରୀମାନେ ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ପ୍ରବଳ ଭିଡ଼ ଜମିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ମଧ୍ୟ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial