୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣାକଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପୁରୀ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ସମ୍ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବା ସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହାସହ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ବରିଷ୍ଠ ଡାକ୍ତରଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
Share Now: