ଲୋକଙ୍କୁ ଗୁଣାତ୍ମକ ସେବା ଯୋଗାଇ ଦେବା ଲାଗି ପୁଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ପରାମର୍ଶ ଦେଇଛନ୍ତି। ଠିକ୍ ସେହିପରି ଲୋକେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ସତର୍କ ରହିବାକୁ ତାଗିଦ କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପୁଲିସ ଲୋକଙ୍କୁ ଭଲ ପାଇଲେ, ପୁଲିସର ବିଶ୍ୱସନୀୟତା ବଢ଼ିବ। ଏଣୁ ଥାନାକୁ ଅଭିଯୋଗ କରିବାକୁ ଆସୁଥିବା ଲୋକଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କରିବାକୁ ପୁଲିସ କର୍ମଚାରୀଙ୍କୁ କହିଛନ୍ତି। ଆଗ ଭଳି ଆଉ ପୁଲିସ ବ୍ୟବସ୍ଥା ଚାଲିବ ନାହିଁ ବୋଲି ବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରିଷ୍ଠ ଅଧିକାରୀମାନଙ୍କୁ ରୋକଠୋକ୍ ଶୁଣାଇଛନ୍ତି। ନିଜର ଅସ୍ଥାୟୀ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଲିସ ଡିଜିଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି।

Share Now:

Kalinga News Beuro

Next Post

ସହିଦ ଯବାନଙ୍କ ମରଶରୀରକୁ କାନ୍ଧ ଦେଲେ ମୁଖ୍ୟମନ୍ତ୍ରୀ

Sun Jun 16 , 2024
ଭଲ ହେବା ପରେ ପୁଣି ନକ୍ସଲଙ୍କୁ ମାରିବି : ଆହତ ଯବାନ ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାର ଆବୁଝମାଡ଼ ଅନ୍ତର୍ଗତ କୁତୁଲ ଜଂଗଲରେ ପୁଲିସ ନକ୍ସଲ ମଧ୍ୟରେ ଗୁଳିବିନିମୟରେ ସହିଦ ହୋଇଥିବା ଯବାନଙ୍କ ପାର୍ଥୀବ ଶରୀରକୁ ମୁଖ୍ୟମନ୍ତ୍ରୀ ବିଷ୍ଣଦେବ ସାଏ କାନ୍ଧ ଦେଇଛନ୍ତି। ଏହା ପୂର୍ବରୁ ସେ ଏବଂ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ପହଞ୍ଚି ସହିଦ ଯବାନଙ୍କ ପାର୍ଥୀବ ଶରୀରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ପରେ ସହିଦ ନିତେଶ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial