ହାତୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ସ୍ନାନବେଦିରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ସ୍ନାନଯାତ୍ରା। ରତ୍ନବେଦୀରୁ ସ୍ନାନବେଦୀକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କ ଏହି ମାନବୀୟ ଲୀଳା ଅଧରପୋଛା ସହ ଅନ୍ୟାନ୍ୟ ନୀତି ପରେ ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରା ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।
ଶୁଭ୍ର ରଙ୍ଗର ଗଜବେଶରେ ମହାପ୍ରଭୁ ଓ ହଳଦିଆ ରଙ୍ଗର ଗଜବେଶରେ ବଡ଼ଠାକୁର ଦର୍ଶନ ଦେଇଛନ୍ତି। ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ‌ଦର୍ଶନ କରି ଭକ୍ତମାନେ ନିଜକୁ ଧନ୍ୟ ମନେ କରିଛନ୍ତି। ପ୍ରବଳ ଖରା ଓ ଗୁଳୁଗୁଳି ସତ୍ତ୍ୱେ ଭକ୍ତମାନେ ଏହି ବେଶ ଦର୍ଶନ କରି ବହୁତ ଖୁସି ଅନୁଭବ କରିଛନ୍ତି।

Share Now:

Kalinga News Beuro

Next Post

୨ ମହିଳାଙ୍କ ସହ ୪ ନକ୍ସଲଙ୍କ ଆତ୍ମସମର୍ପଣ

Sat Jun 22 , 2024
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ସୁକମା ପୁଲିସ ନିକଟରେ ୪ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇ ଜଣ ମହିଳା ନକ୍ସଲ ରହିଛନ୍ତି। ଜିଲ୍ଲା ଏସପି କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏସପି ଶ୍ରୀ ଚୌହାନଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଆଜିଜ ହେମଲା ନନ୍ଦେ,ନୁପ୍ପୋ ସୋମଡି,ହେମଲା ଏର୍ରା ଓ କଡତି ହିଡମା।ସଂଗଠନରେ ଏମାନଙ୍କୁ ନିର୍ଯାତନା ଦେବା ସହ କ୍ୟାଡର ନକ୍ସଲଙ୍କ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial