ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଭେଟିଛନ୍ତି। ତିନିଦିନିଆ ଦିଲ୍ଲୀ ଗସ୍ତର ଦ୍ଵିତୀୟ ଦିନରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓ ତାଙ୍କର ୨ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।
ଏହା ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ସାକ୍ଷାତ କରିଥିଲେ। ସେହିପରି ଏହି ତିନି ଜଣ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣଙ୍କୁ ମଧ୍ୟ ଭେଟିଥିଲେ। ମୋଦୀ ଗ୍ୟାରେଣ୍ଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ପ୍ରସ୍ତୁତି କରିବ ରାଜ୍ୟ ୟୁନିଟ। ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି। ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ସଭା ମଞ୍ଚରୁ ଏକାଧିକ ଗ୍ୟାରେଣ୍ଟି ଦେଇଥିଲେ। ବିଜେପି ସରକାର ଆସିଲେ ବିକଶିତ ଓଡିଶା ଗଢ଼ିବାର ପ୍ରତିଶ୍ରୁତି ଦେଇଥିଲେ। ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ।

Share Now:

Kalinga News Beuro

Next Post

ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା : ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

Fri Jun 28 , 2024
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଅବସ୍ଥିତ ରହିଛି। ଏହାର ପ୍ରଭାବରେ ଗୁରୁବାର ଦିନଠାରୁ ସାରା ଓଡ଼ିଶାରେ ବର୍ଷା ଲାଗିରହିଛି। ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ବାକି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ଲାଗିରହିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial