ଜୁଲାଇ ୧ରୁ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବାର ୧୮ ଦିନ ବିତିଲାଣି। ତେବେ ସେ କେଉଁଠି ରହିବେ ତାକୁ ନେଇ ଚର୍ଚ୍ଚା ଆଲୋଚନା ଜୋର ଧରିଛି। ମିଳିଥିବା ସୂଚନା ମୁତାବକ, ଜୁଲାଇ ୧ ତାରିଖରୁ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ କରିବେ ଶୁଣାଣି। ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ଆଜି ତାର ସ୍ଥିତି ପରଖିଛନ୍ତି ସାଧାରଣ ପ୍ରଶାସନ ବିଭାଗ ସଚିବ ସୁରେନ୍ଦ୍ର କୁମାର। ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବ୍ୟାରିକେଡ୍ ବ୍ୟବସ୍ଥା, ସିରିଏଲ ମାଧ୍ୟମରେ ଲୋକେ କିପରି ଆସିବେ, ସେନେଇ ଅଧିକାରୀଙ୍କ ସହ କଥା ହୋଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସମୟରେ ୩୦ ଜଣ ବସିବା ପାଇଁ ବ୍ୟବସ୍ଥା ରହିବ। ସେଠାରେ ପାନୀୟ ଜଳ ବ୍ୟବସ୍ଥା ମଧ୍ୟ କରାଯିବ। ୨ ଦିନରେ ସବୁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ମୁଖ୍ୟମନ୍ତ୍ରୀଙ୍କ ବାସଗୃହ ବୁଲି ଦେଖିଛନ୍ତି ସଚିବ। ଖୁବଶୀଘ୍ର ବାସଗୃହ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

Share Now:

Kalinga News Beuro

Next Post

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

Sun Jun 30 , 2024
ଭୁବନେଶ୍ୱର: ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ଭାବେ ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ଓଡ଼ିଶାରେ ଜଣେ ଉପଜିଲ୍ଲାପାଳ ଭାବେ କାର୍ଯ୍ୟ ଆରମ୍ଭ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial