ସରକାରୀ ଟଙ୍କା ହଡ଼ପ ଅଭିଯୋଗ : ଭିଜିଲାନ୍ସ ଜାଲରେ ମତ୍ସ୍ୟ ସମ୍ପଦ ବିଭାଗ ଉପ ନିର୍ଦ୍ଦେଶକ

ସରକାରୀ ଟଙ୍କା ହଡ଼ପ ଅଭିଯୋଗ

ଭୁବନେଶ୍ୱର: ସରକାରୀ ଟଙ୍କା ହଡ଼ପ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ମସ୍ୟ ସମ୍ପଦ ବିଭାଗ ଉପ ନିର୍ଦ୍ଦେଶକ। ୧ କୋଟି ୫ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଚାଲିଛି ଭିଜିଲାନ୍ସ ଚଢ଼ଉ। ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସଙ୍କ ପୁରୁଣା ଭୁବନେଶ୍ୱର ସ୍ଥିତ ଭଡାଘର, ପୁରୀ ତୋଟା ମହାବୀର ଲେନ ସ୍ଥିତ ଘର, ପୁରୀ ଜିଲ୍ଲା ଗୋରୁଳା ନିକଟ ଫାର୍ମହାଉସ, ଭଦ୍ରକ ଜିଲ୍ଲା ଗୋବିନ୍ଦପୁର ସ୍ଥିତ ପୈତୃକ ଘର, କଟକସ୍ଥିତ ଅଫିସରେ ଚଢ଼ଉ ଚାଲିଛି। ସରକାରୀ ଆକାଉଣ୍ଟରୁ ନିଜ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ନେଇ ଭିଜିଲାନ୍ସ ନିକଟରେ ପୂର୍ବରୁ ଥିବା ଅଭିଯୋଗ ଆଧାରରେ ଚଢ଼ଉ କରିଛି ଭିଜିଲାନ୍ସ।

Share Now:

Kalinga News Beuro

Next Post

ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ଯାଇଛି: ବିରୋଧୀ ଦଳ ନେତା

Mon Jul 22 , 2024
ଭୁବନେଶ୍ୱର: ବିଧାନସଭା ଅଧିବେଶନ ଆରମ୍ଭରେ ରାଜ୍ୟପାଳଙ୍କ ଅଭିଭାଷଣ ପୂର୍ବରୁ ବିରୋଧୀ ବିଜେଡି କକ୍ଷତ୍ୟାଗ କରିଛି। ଏନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ମୁଁ ଓ ମୋ ଦଳ ଅତି ଦୁଃଖିତ, କାରଣ ବର୍ତ୍ତମାନର ରାଜ୍ୟ ସରକାର ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନାହାନ୍ତି, ଯିଏ କି ସରକାରୀ ଅଧିକାରୀଙ୍କୁ ମାଡ଼ ମାରିଲେ। ଏହା ମୋତେ ଆଘାତ ଦେଇଛି। ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ଯାଇଛି। […]
ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ଆହୁରି ପଢ଼ନ୍ତୁ

Breaking News

Most Read

Social media & sharing icons powered by UltimatelySocial