କଟକ: ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ପାଣିପାଗ ବିଭାଗ ପ୍ରବଳ ବର୍ଷା ଯୋଗୁଁ କଟକକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ଗୁରୁବାର ସକାଳେ ୨ ଘଣ୍ଟା ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ସତର୍କ ସୂଚନାରେ କୁହାଯାଇଛି ଯେ, କଟକ ସହରର ତଳି ଅଞ୍ଚଳରେ ପାଣି ଜମିପାରେ। ଏଥିପାଇଁ ସୁରକ୍ଷିତ ସ୍ଥାନରେ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।
ଝାଡ଼ଖଣ୍ଡ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସହ ସକ୍ରିୟ ମୌସୁମୀ ବାୟୁ ପ୍ରଭାବରେ ୩ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ କହିଛି। ଗୁରୁବାର ସକାଳେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର,ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ସମ୍ବଲପୁର, ଦେବଗଡ଼, ବରଗଡ଼ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏଥିସହ କଟକରେ ଅଧିକ ବର୍ଷା ଯୋଗୁଁ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି।
କଟକକୁ ୨ ଘଣ୍ଟିଆ ଅରେଞ୍ଜ ୱାର୍ଣ୍ଣିଂ: ଲୋକଙ୍କୁ ସତର୍କ କଲା ପାଣିପାଗ ବିଭାଗ

Share Now: