ଆସନ୍ତା ୨୪ଘଣ୍ଟା ଯାଏଁ ରାଜ୍ୟର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ବହିବ ପବନ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ଯାଏଁ ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ୩୦ରୁ ୪୦କିମି ବେଗରେ ପବନ ବହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପୁରୀ, ଢ଼େଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ , କେନ୍ଦୁଝର, ମୟୁରଭଞ୍ଜ ଆଦି ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ବେଳେ ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁରର ଆଦି କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ର ଆଶଙ୍କା ରହିଛି। ସେହିପରି ୮ ତାରିଖ ପୂର୍ବାହ୍ନରୁ ୯ ତାରିଖ ପୂର୍ବାହ୍ନ ମଧ୍ୟରେ ରାୟଗଡ଼ା, ଗଜପତି, ପୁରୀ, ଗଞ୍ଜାମ, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ପବନ ବହିବ। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଘନ କୁହୁଡ଼ି ଲାଗି ରହିବ। ରାସ୍ତାଘାଟ ଠିକ ଭାବେ ଦୃଶ୍ୟମାନ ହେବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୯ ତାରିଖ ଅପରାହ୍ନଠାରୁ ପାଗରେ ପରିବର୍ତ୍ତନ ଆସିବ। ବର୍ଷା କମିବା ସହ କୁହୁଡ଼ି ବଢ଼ିବ। ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୯ ଓ ୧୦ ତାରିଖରେ ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ହେବ। ଏଥିସହ ୧୦ ଓ ୧୧ ତାରିଖରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଅନୁଗୁଳ, ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ହେବ। ତେଣୁ ସତର୍କତା ଅବଲମ୍ବନ କରିବାକୁ ଗାଡ଼ି ଚାଳକଙ୍କୁ ପରାମର୍ଶ ଦିଆଯାଇଛି । ଆସନ୍ତା ୨ ଦିନ ଯାଏ ରାତିର ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବ ନାହିଁ । ତେବେ ଏହାପରେ ତାପମାତ୍ରା ଲଗାତାର ଭାବେ ୨ରୁ ୪ ଡିଗ୍ରି କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Share Now:

Kalinga News Beuro

Leave a Reply

Next Post

ବିଏମ୍‌ସିପାଇଁ ଟିକସ ଆଦାୟ କଲେ କିନ୍ନର : ୨ଜଣଙ୍କଠାରୁ ୬୬ ହଜାର ଟଙ୍କା

Sat Feb 8 , 2020
ଭୁବନେଶ୍ୱର: କିନ୍ନରମାନେ ଆଜିଠାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ବକେୟା ହୋଲ୍ଡିଂ ଟିକସ ଆଦାୟ ଆରମ୍ଭ କରିଛନ୍ତି। ଟିକସ ଆଦାୟ କରିବାର ନୂଆ ରଣନୀତି ଭାବେ ଟି.ଜି. ସ୍ୱୀକୃତି ଏସ୍‌ଏଚ୍‌ଜି ଗୋଷ୍ଠୀକୁ ଏକ ବୁଝାମଣାପତ୍ର ମାଧ୍ୟମରେ ଦାୟିତ୍ୱ ଦିଆଯାଇଥିଲା ବେଳେ ଆଜି ଏହି କାର୍ଯ୍ୟର ଶୁଭାରମ୍ଭ ହୋଇଛି। ବିଏମ୍‌ସି କାର୍ଯ୍ୟାଳୟ ପ୍ରାଙ୍ଗଣରେ ଆଜି ଏହାର ଶୁଭାରମ୍ଭ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial