ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମଙ୍ଗଳବାର ରାଜ୍ୟରେ ଅଧିକାଂଶ ଜିଲ୍ଲା ସମେତ ଦକ୍ଷିଣ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। କାଳବୈଶାଖୀ ପ୍ରଭାବରେ ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ କନ୍ଧମାଳ,ରାୟଗଡା, ଗଜପତି, ଗଂଜାମ, କୋରାପୁଟ , ସୁନ୍ଦରଗଡ, ଝାରସୁଗୁଡା , କେନ୍ଦୁଝର, ନୂଆପଡା, ନବରଙ୍ଗପୁର, ବରଗଡ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସେହିଭଳି କନ୍ଧମାଳ, ରାୟଗଡା, ଗଜପତି, ଗଂଜାମ, କୋରପୁଟ, ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ନୂଆପଡା ଓ ମୟୂରଭଂଜର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ଓାର୍ଣ୍ଣିଂ ଜାରି କରିଛି।
ସେହିଭଳି ୧୧ତାରିଖ ମଧ୍ୟ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ସହ ଅଧିକ ବର୍ଷା ହୋଇପାରେ। ବର୍ଷା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ସୋନପୁର, ବୌଦ୍ଧ , ନୂଆପଡା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଏବଂ ନୟାଗଡ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟ ଧରଣର ବର୍ଷା ହେବ। ୧୨ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶା ସମେତ ଆଉ କିଛି ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Share Now:

Kalinga News Beuro

Leave a Reply

Next Post

କଂଗ୍ରେସରୁ ଇସ୍ତଫା ଦେଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ:ସଂକଟରେ କମଲନାଥ ସରକାର

Tue Mar 10 , 2020
୨୦କଂଗ୍ରେସ ବିଧାୟକ ଦେଲେ  ଇସ୍ତଫା ନୂଆଦିଲ୍ଲୀ: ଯାହା ଅଶା କରାଯାଉଥିଲା, ଅବଶେଷରେ ତାହା ହିଁ ହେଲା। ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ଏବେ ଜ୍ୟୋତିରାଦିତ୍ୟ ସିନ୍ଧିଆ ବିଜେପିରେ ଯୋଗ ଦେବେ ବୋଲି ସ୍ପଷ୍ଟ ହୋଇଯାଇଛି। ସୂଚନାଯୋଗ୍ୟ, ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial