ଓଡ଼ିଶାରେ ୩ୟ କରୋନା ପଜିଟିଭ୍‌ ଚିହ୍ନଟ: ସୂଚନା ଦେଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ସନ୍ଧ୍ୟାରେ ସ୍ୱାସ୍ଥ୍ୟ ବିଭାଗ ଏହି ସୂଚନା ଦେଇଛି। କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ ଯୋଗେ ସୂଚନା ଦେଇଛି। ସୂଚନାଯୋଗ୍ୟ, ଓଡ଼ିଶାରେ ପୂର୍ବରୁ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏଥି ସହିତ ଏପର୍ଯ୍ୟନ୍ତ ୩ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ପଜିଟିଭ୍‌ ଚିହ୍ନଟ ହୋଇଥିବା ୨ ଜଣ ଯୁବକଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଥିବା ଜଣାଯାଇଛି।

Share Now:

Kalinga News Beuro

Leave a Reply

Next Post

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ଶହ ଛୁଇଁଲା, ୧୭ ମୃତ

Thu Mar 26 , 2020
ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୦ ଟପିଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ସଂଧ୍ୟା ୮ଟା ବେଳେ ଜାରି ତଥ୍ୟ ଅନୁସାରେ ଭାରତରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୯୪ ରେ ପହଞ୍ଚିଛି । ଏହା ମଧ୍ୟରୁ ୬୪୭ ଜଣ ଭାରତୀୟ ହୋଇଥିବାବେଳେ ୪୭ ଜଣ ବିଦେଶୀ ରହିଛନ୍ତି । ଏହି ରିପୋର୍ଟ ଅନୁସାରେ ଦେଶରେ ୪୫ ଜଣ କରୋନା ସଂକ୍ରମିତ ଆରୋଗ୍ୟ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial