ଭୁବନେଶ୍ୱର: ରାଜ୍ୟ ସରକାର ୫ମ କରୋନା ଆକ୍ରାନ୍ତଙ୍କ ନାମ ଓ ଠିକଣାକୁ ସାର୍ବଜନୀନ କରିଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମସି) କମିସନର ପ୍ରେମ ଚନ୍ଦ୍ର ଚୌଧୁରୀ କହିଛନ୍ତି, ପଞ୍ଚମ ଆକ୍ରାନ୍ତ ବ୍ୟକ୍ତିଙ୍କ ନାମ ହେଉଛି ପ୍ରଦୀପ୍ତ ଦଳବେହେରା। ସେ ରାଜଧାନୀର ସୂର୍ଯ୍ୟନଗରସ୍ଥିତ (ୟୁନିଟ-୭) ର ୩୭ ନମ୍ବର ପ୍ଲଟର ୪୬ ନମ୍ବର ୱାର୍ଡରେ ନିଜ ପରିବାର ସହ ରୁହନ୍ତି। ସେ ବିଦେଶ ଯାଇ ନାହାନ୍ତି ବୋଲି ଜଣାପଡ଼ିଛି। ତେଣୁ ସେ ନିକଟସ୍ଥ ବଜାରକୁ ଯାଇ ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି। ତେଣୁ ମାର୍ଚ୍ଚ ପରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି, ସଙ୍ଗରୋଧରେ ରହୁନ୍ତୁ। ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି ଯେ, ୫ମ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ୧୪ ଦିନ ପାଇଁ କ୍ୱାରେଣ୍ଟାଇନରେ ରହି ୧୦୪ ହେଲ୍ପଲାଇନକୁ ଯୋଗାଯୋଗ କରନ୍ତୁ। ଡାକ୍ତରୀ ଟିମ ସଂପୃକ୍ତ ବ୍ୟକ୍ତିଙ୍କ ନିକଟକୁ ପହଞ୍ଚି ଆବଶ୍ୟକ ଚିକିତ୍ସା ବ୍ୟବସ୍ଥା କରିବେ। ବର୍ତ୍ତମାନ ୫ମ କରୋନା ଆକ୍ରାନ୍ତ ବ୍ୟକ୍ତି ରହୁଥିବା ଅଞ୍ଚଳରେ ପ୍ରବେଶ ଓ ପ୍ରସ୍ଥାନ ଉପରେ କଟକଣା ଲାଗୁ କରି ଦିଆଯାଇଛି। ଗଙ୍ଗନଗର ଠାରୁ ଶିରିପୁର ରାସ୍ତାକୁ ସିଲ କରି ଦିଆଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଏହି ଅଞ୍ଚଳରେ ବ୍ୟାରିକେଡ ଲଗାଇ ଦିଆଯାଇଛି। ଡାକ୍ତରୀ ଟିମ ଲୋକଙ୍କ ନିକଟରେ ପହଞ୍ଚି ସ୍ୱାସ୍ଥ୍ୟ ଯାଞ୍ଚ କରିବେ।
୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ସାର୍ବଜନୀନ କଲେ ଓଡ଼ିଶା ସରକାର:ସିଲ ହେଲା ରାଜଧାନୀର ସୂର୍ଯ୍ୟନଗର ଅଞ୍ଚଳ
Share Now: