ରାଜ୍ୟରେ ଆଉ ୨୦ କରୋନା ପଜିଟିଭ ଚିହ୍ନଟ: ୪୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୪୦୦ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଆଉ ନୂଆ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଓଡ଼ିଶାରେ କରୋନା ପଜିଟିଭଙ୍କ ସଂଖ୍ୟା ୪୧୪ରେ ପହଞ୍ଚିଛି। ଏହି ନୂଆ ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୭ ଜଣ, ସୁନ୍ଦରଗଡ଼ରୁ ୨ ଜଣ ଓ ବୌଦ୍ଧରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ବିଭାଗର ୱେବସାଇଟ ଅନୁଯାୟୀ ବର୍ତ୍ତମାନ ରାଜ୍ୟରେ ୪୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩୨୬ଟି ସକ୍ରିୟ ମାମଲା ରହିଛି। ସେହିପରି ୮୫ ଜଣ ସୁସ୍ଥ ହୋଇଥିବାବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି। ୨୦ ନୂଆ କରୋନା ପଜିଟିଭଙ୍କୁ ମିଶାଇ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଂଚିଥିବାବେଳେ ୧୫୩ଟି ସକ୍ରିୟ ମାମଲା ଥିବାବେଳେ ଜଣକର ମୃତ୍ୟୁ ହୋଇଛି। ଆଜି ସମୁଦାୟ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ପ୍ରଥମ ଥର କରୋନା ମାନଚିତ୍ରରେ ବୌଦ୍ଧ ସାମିଲ ହୋଇଥିଲା। ଗତକାଲି ଏହି ଜିଲ୍ଲାରେ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ୧ ଜଣ ଚିହ୍ନଟ ହୋଇଛନ୍ତି।

Share Now:

Kalinga News Beuro

Leave a Reply

Next Post

କାଳବୈଶାଖୀ: ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

Mon May 11 , 2020
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଅନୂନ୍ୟ ୧୮ଟି ଜିଲ୍ଲରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି। ଭୁବନେଶ୍ୱର ସ୍ଥିତ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଜାରି […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial