ଭୁବନେଶ୍ୱର: ଆଜି ରାଜ୍ୟରେ ୧୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୨ ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୧ ଜଣ ସ୍ଥାନୀୟ ଲୋକ ବୋଲି ଜଣାପଡିଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୨୩୮୮ରେ ପହଂଚିଛି। ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ମୁତାବକ ଏ ପର୍ଯ୍ୟନ୍ତ ୧୬୨୮୯୧ ନମୁନା ପରୀକ୍ଷା ହୋଇଥିବାବେଳେ ଆଜି ୧୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୨୩୮୮ରେ ପହଂଚିଥିବାବେଳେ ୧୩୨୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ବର୍ତ୍ତମାନ ୧୦୫୪ଟି ସକ୍ରିୟ ମାମଲା ରହିଛି।
Share Now: