ଭୁବନେଶ୍ୱରରେ ପୁଣି ୨ ଜଣ କରୋନା ପଜିଟିଭ ଚିହ୍ନଟ: ଜଣେ ହସ୍ପିଟାଲର ମହିଳା କର୍ମଚାରୀ, ଆରଜଣକ ନୟାପଲ୍ଲୀ ଅଞ୍ଚଳର ପୁରୁଷ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମସି(ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଆପୋଲୋ ହସ୍ପିଟାଲର ଜଣେ ୪୬ ବର୍ଷୀୟା ମହିଳା କର୍ମଚାରୀ ଅଛନ୍ତି। ତାଙ୍କର ଘର ଗଡ଼କଣା ଅଞ୍ଚଳରେ ବୋଲି ଜଣାଯାଇଛି। ଆଉ ଜଣେ ନୟାପଲ୍ଲୀ ଅଞ୍ଚଳର ୩୦ ବର୍ଷିୟ ପୁରୁଷ ଅଛନ୍ତି। ଜଣେ ନିକଟ ସଂପର୍କୀୟ ଆଗରୁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ସେ ଘରେ ସଙ୍ଗରୋଧରେ ଥିଲେ। ବର୍ତ୍ତମାନ ଉଭୟଙ୍କର କଣ୍ଟାକ୍ଟ ଟ୍ରେସିଙ୍ଗ ଚାଲିଥିବା ବେଳେ ତାଙ୍କ ଘର ପାଖାପାଖି ଅଞ୍ଚଳ ସାନିଟାଇଜ କରାଯିବା ସହ ଆଖପାଖ ପଡ଼ୋଶୀଙ୍କୁ କ୍ଵାରେଣ୍ଟାଇନରେ ରଖାଯାଇଛି। ଏବେ ରାଜଧାନୀ ଭୁବନେଶ୍ୱରରେ ମୋଟ୍ କରୋନା ପଜିଟିଭ୍ ଚିହ୍ନଟଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏଣେ ରାଜଧାନୀର ୪ଜଣ ସୁସ୍ଥ ହୋଇଥିବା ନେଇ ବି ବିଏମସି(ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏବେ ରାଜଧାନୀରେ ମୋଟ୍ ୫୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦ ରହିଛି। ଅପରପକ୍ଷରେ ୩ ଜଣଙ୍କର ମୃତ୍ୟୁ ଘଟିଛି।

Share Now:

Kalinga News Beuro

Next Post

ପୁଣି ୧୧୨ଜଣ କରୋନା ପଜିଟିଭ୍ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି

Fri Jun 12 , 2020
ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୦୭ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏଥିରେ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial