ଆଜି ରାଜ୍ୟରେ ପୁଣି ୨୬୪ଜଣ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୧୪କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨୬୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୧୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩୦ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୨୩୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ କେହି ଜଣେ ବି ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ନ ଥିବା ଜଣାଯାଇଛି। ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୭୬, ଯାଜପୁରରୁ ୪୧, କେନ୍ଦୁଝରରୁ ୨୫, ଝାରସୁଗୁଡ଼ା ଓ ବରଗଡ଼ରୁ ୧୮ ଜଣ ଲେଖାଏଁ ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୧୫ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ବାଲେଶ୍ବର ଓ କଟକରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ, ପୁରୀରୁ ୭, ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡ଼ରୁ ୪-୪ ଜଣ ଚିହ୍ନଟ, ମାଲକାନଗିରି, ନୟାଗଡ଼ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କୋରାପୁଟ, ଭଦ୍ରକ, କନ୍ଧମାଳ, ନୂଆପଡ଼ା, ଗଜପତି, କଳାହାଣ୍ଡି ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟହୋଇଥିବାର ସୂଚନା ମିଳିଛି। ଏବେ ରାଜ୍ୟରେ ମୋଟ୍ ୪୬୦୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୦ ରହିଛି। ଅପରପକ୍ଷରେ ୨୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share Now:

Kalinga News Beuro

Next Post

ଭୁବନେଶ୍ୱରରୁ ଆଜି ପୁଣି ୬ କରୋନା ଆକ୍ରାନ୍ତ ଚିହ୍ନଟ

Sun Jun 28 , 2020
ଭୁବନେଶ୍ୱର: ରବିବାର ରାଜଧାନୀ ଭୁବନେଶ୍ୱରରୁ ପୁଣି ୬ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୬ଜଣଙ୍କ ମଧ୍ୟରୁ ୩ଜଣ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩ଟି ସ୍ଥାନୀୟ ମାମଲା ରହିଥିବା ଭୁବନେଶ୍ୱର ମହାନଗର ନିଗମ ସୂଚନା ଦେଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଏଯାବତ ରାଜଧାନୀରେ ୨୯୨ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୧୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ମହାମାରୀ କରୋନାରେ ଆକ୍ରାନ୍ତ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial