ଓଡ଼ିଶାରେ ଆଜି ସର୍ବାଧିକ ୭୫୫ କରୋନା ଆକ୍ରାନ୍ତ‌ ଚିହ୍ନଟ: ଗଞ୍ଜାମରେ ସବୁଠାରୁ ଅଧିକ

ତଥ୍ୟ ଲୁଚାଉଛି କିଏ ?

ଭୁବନେଶ୍ୱର: ରାଜ୍ୟରେ ଆଉ 755 ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୫୫ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୪୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୫୬ ରେ ପହଞ୍ଚିଛି। ସେଥିମଧ୍ୟରୁ ୭,୪୦୭ ଜଣ ସୁସ୍ଥ ହୋଇଥିବାବେଳେ ୪,୪୭୬ ଜଣ ଚିକିତ୍ସାଧୀନ ଅଛନ୍ତି।

Share Now:

Kalinga News Beuro

Next Post

ଏସିଆର ସର୍ବବୃହତ୍ ସୌରଶକ୍ତି ପ୍ଲାଣ୍ଟ୍‌ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

Fri Jul 10 , 2020
ନୂଆଦିଲ୍ଲୀ: ଭିଡିଓ କନ୍‌ଫରେନ୍‌ସିଙ୍ଗ୍‌ ମାଧ୍ୟମରେ ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ରେୱା ଜିଲ୍ଲାରେ ୭୫୦ ମେଗାୱାଟ୍‌ବିଶିଷ୍ଟ ଏସିଆର ସର୍ବବୃହତ୍ ରେୱା ଅଲ୍‌ଟ୍ରା ମେଗା ସୋଲାର୍‌ ପାୱାର୍ ପ୍ରୋଜେକ୍ଟ୍‌ ଉଦ୍‌ଘାଟନ କରିଛନ୍ତି। ଏହି ପ୍ରୋଜେକ୍ଟ୍‌ ବାର୍ଷିକ ୧୫ ଲକ୍ଷ ଟନ୍ କାର୍ବନ୍ ଡାଇଅକ୍ସାଇଡ୍ ନିର୍ଗମନ ହ୍ରାସ କରାଇବ। ଜାତି ଉଦ୍ଦେଶ୍ୟରେ ଏହାକୁ ଉତ୍ସର୍ଗ କରିବା ପରେ ପ୍ରଧାନମନ୍ତ୍ରୀ କହିଲେ, କେବଳ ଆଜିର ନୁହେଁ, ସୌରଶକ୍ତି ଏକବିଂଶ ଶତାବ୍ଦୀର ପ୍ରମୁଖ […]

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial