ଅବତରଣ ବେଳେ ଦୁଇଖଣ୍ଡ ହୋଇଗଲା ଏୟାର୍ ଇଣ୍ଡିଆ ଏକ୍ସପ୍ରେସ୍ ବିମାନ : ୧ ପାଇଲଟଙ୍କ ସହ ୨ ଯାତ୍ରୀ ମୃତ ଓ ୮୦ ଆହତ

ଦୁଇଖଣ୍ଡ ହୋଇଗଲା ଦୁବାଇରୁ ଆସିଥିବା ଏୟାର୍ ଇଣ୍ଡିଆ ଏକ୍ସପ୍ରେସ୍ ବିମାନ

‌ନୂଆଦିଲ୍ଲୀ: ୧୯୧ ଜଣ ଯାତ୍ରୀଙ୍କୁ ନେଇ ଦୁବାଇରୁ ଆସିଥିବା ଏୟାର୍ ଇଣ୍ଡିଆ ଏକ୍ସପ୍ରେସ୍ ବିମାନ ଶୁକ୍ରବାର ସନ୍ଧ୍ୟାରେ କେରଳର କୋଝିକୋଡ଼ ଠାରେ କ୍ରାସ୍‌ ଲ୍ୟାଣ୍ଡିଙ୍ଗ୍ କରିବାରୁ ପାଇଲଟ୍‌ଙ୍କର ମୃତ୍ୟୁ ଘଟିବା ସହ ଯାତ୍ରୀମାନେ ଆହତ ହୋଇଛନ୍ତି। ସନ୍ଧ୍ୟା ପ୍ରାୟ ୭:୪୫ ସମୟରେ ପ୍ରବଳ ବୃଷ୍ଟିପାତ ମଧ୍ୟରେ କାରିପୁର ବିମାନ ବନ୍ଦରରେ ଦୁର୍ଘଟଣା ଘଟିଥିବା କୁହାଯାଉଛି। ବିମାନଟିର ସମୁଖ ଭାଗ ଦୁଇ ଖଣ୍ଡ ହୋଇଯାଇଛି। ବିମାନଟି ରନ୍‌ୱେରୁ ଖସି ନିକଟସ୍ଥ ୩୦ ଫୁଟ ତଳ ଏକ ଖାତରେ ପଡ଼ିଯାଇଥିବା ଖବର ସୁନିଶ୍ଚିତ କରି ପୂର୍ବତନ କେନ୍ଦ୍ରମନ୍ତ୍ରୀ କେଜେ ଆଲ୍‌ଫୋନ୍ସ ଟୁଇଟ୍ କରିଛନ୍ତି। ସେ ଲେଖିଛନ୍ତି, କେରଳରେ ଦ୍ବିତୀୟ ଦୁଃଖଦ ଘଟଣା: କୋଝିକୋଡ଼ରେ ଏୟାର୍‌ ଇଣ୍ଡିଆ ଏକ୍ସପ୍ରେସ୍ ରନ୍‌ୱେରୁ ଖସି ଯାଇ, ସମ୍ମୁଖ ଭାଗ ଦୁଇଗଡ଼ ହୋଇଯାଇଛି। ପାଇଲଟ୍‌ ମରିଛନ୍ତି ଓ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଯାତ୍ରୀଙ୍କୁ ସ୍ଥାନାନ୍ତର କରାଯାଇଛି। ଯୋଗକୁ ବିମାନରେ ନିଆଁ ଲାଗିନାହିଁ। ତୁରନ୍ତ ଏନଡିଆରଏଫ ଟିମ ଘଟଣାସ୍ଥଳରେ ପହଞ୍ଚି ଯଥାଶୀଘ୍ର ସାହାଯ୍ୟ ଯୋଗାଇଦେବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଟ୍ୱିଟ ଯୋଗେ ନିର୍ଦ୍ଦେଶ ଦେଇଛନ୍ତି। ଶେଷ ଖବର ସୁଦ୍ଧା ଜଣେ ପାଇଲଟ ଓ ଦୁଇଜଣ ଯାତ୍ରୀଙ୍କ ମୃତ୍ୟୁ ହେବାସହ ୮୦ ଜଣ ଆହତ ହୋଇଛନ୍ତି।

Share Now:

Kalinga News Beuro

Next Post

କେରଳରେ ପ୍ରବଳ ବର୍ଷା ପରେ ଇଡ଼ୁକ୍କି ଜିଲ୍ଲାରେ ଭୂସ୍ଖଳନ, ୧୭ ମୃତ

Sat Aug 8 , 2020
ଥିରୁଅନନ୍ତପୁରମ୍ : କେରଳରେ ପ୍ରବଳ ବର୍ଷା ପରେ ଇଡ଼ୁକ୍କି ଜିଲ୍ଲାରେ ବଡ଼ ଧରଣର ଭୂସ୍ଖଳନ ହୋଇଛି ଏବଂ ଏଥିରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାୟ ୧୬ ଜଣଙ୍କୁ ଜୀବନ୍ତ ଉଦ୍ଧାର କରାଯାଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଆହୁରି ୫୦ରୁ ଅଧିକ ଲୋକଙ୍କ ପତ୍ତା ମିଳୁନି। ସେମାନେ ମାଟି ତଳେ ପୋତି ହୋଇ ରହିଥିବା କୁହାଯାଉଛି। ଭୂସ୍ଖଳନ ଯୋଗୁଁ ୨୦ରୁ ଅଧିକ ଘର ମାଟିରେ ମିଶି ଯାଇଛି। ଆଜି […]
କେରଳରେ ଭୂସ୍ଖଳନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial