ପୁଣି ସାଢ଼େ ସାତ କୋଟି ଦେଲେ ବାଗ୍‌ଚୀ ଦମ୍ପତି

ସୁସ୍ମିତା ଓ ସୁବ୍ରତ ବାଗ୍‌ଚୀ ପୁଣି ଦେଲେ ସାଢ଼େ ସାତ କୋଟି

ଭୁବନେଶ୍ୱର : ‘ମୋ ସ୍କୁଲ’ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଓ ଓଡିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସାଢେ ସାତକୋଟି ଟଙ୍କା ଦାନ କରିଛନ୍ତି। କୋଭିଡ୍ ଦ୍ୱାରା ପ୍ରଭାବିତ ପୁରୀ ଜିଲ୍ଲାର ଅସହାୟା ବୃଦ୍ଧା ମହିଳାମାନଙ୍କ ପାଇଁ ଏହି ଅର୍ଥବିନିଯୋଗ ହେବ। ମୁଖ୍ୟମନ୍ତ୍ରୀ ଆଜି ଉଭୟଙ୍କୁ ଏଥିପାଇଁ ଧନ୍ୟବାଦ ଜଣାଇଥିଲେ। ଭିଡିଓ କନଫରେନ୍ସି ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ଚେକ୍‌ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ତରଫରୁ ସେ ଧନ୍ୟବାଦ ପତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଶ୍ରୀମତୀ ବାଗ୍‌ଚୀ କହିଥିଲେ, ଜଗନ୍ନାଥ ମନ୍ଦିର ବନ୍ଦ ହେବା ପରେ ମନ୍ଦିର ନିକଟରେ ଓ ପୁରୀ ସହରରେ ଛୋଟ ଛୋଟ ଦୋକାନ କରି ପେଟ ପୋଷୁଥିବା ମା’ ମାଉସୀ ମାନଙ୍କ ସହାୟତା ପାଇଁ ଏହି ଅନୁଦାନ ପ୍ରଦାନ କରି ନିଜକୁ ଧନ୍ୟ ମନେ କରୁଛନ୍ତି। ସେହିପରି ଶ୍ରୀ ବାଗ୍‌ଚୀ କହିଥିଲେ, ଏହି ଅନୁଦାନ ପ୍ରଦାନ କରି ସେମାନେ ନିଜକୁ ଅତ୍ୟନ୍ତ ସମ୍ମାନିତ ମନେ କରୁଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସେମାନଙ୍କର ଏହି ଛୋଟ ସହାୟତା ଗ୍ରହଣ କରିଥିବାରୁ ସେ ତାଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ। ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ କହିଥିଲେ ଯେ ଜିଲ୍ଲାର ଅସହାୟ ମହିଳା ମାନଙ୍କ କଲାଣ ପାଇଁ ଏହି ଅର୍ଥ ବିନିଯୋଗ ହେବ। ଉଲ୍ଲେଖଯୋଗ୍ୟ, ପୂର୍ବରୁ ସେମାନେ ବଲାଙ୍ଗୀର ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଥିବା ମହିଳା ମାନଙ୍କ ପାଇଁ ଅଢ଼େଇ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିସନର, ଗୃହ ବିଭାଗର ପ୍ରମୁଖ ଶାସନ ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଉପସ୍ଥିତ ଥିଲେ।

Share Now:

Kalinga News Beuro

Next Post

୫୬ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମିଳିବ ପଦୋନ୍ନତି

Tue Aug 11 , 2020
ସ୍କୁଲ ଓ ଯୁକ୍ତ୨ କଲେଜ ପାଠ୍ୟକ୍ରମ କମ୍‌ କରିବାକୁ ନିର୍ଦ୍ଦେଶ ଭୁବନେଶ୍ୱର : ରାଜ୍ୟର ୫୬ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି ଦିଆଯିବ। ଏହି ପ୍ରକ୍ରିୟା ଚଳିତ ମାସ ସୁଦ୍ଧା ‌ଶେଷ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ଅନ୍ୟପକ୍ଷରେ ବିଭାଗ ଅଧୀନସ୍ଥ ସମସ୍ତ ନିର୍ଦ୍ଦେଶାଳୟକୁ ଚଳଚଞ୍ଚଳ କରିବା ଲାଗି […]
ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମିଳିବ ପଦୋନ୍ନତି

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial