ବନ୍ୟାଦୁର୍ଗତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା : ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ମିଳିବ ୫୦ କେଜି ଚାଉଳ ଓ ୫୦୦ ଟଙ୍କା

ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବନ୍ୟା କ୍ଷତିଗ୍ରସ୍ତ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା। ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ପ୍ରତ୍ୟେକ ପରିବାରକୁ ୫୦ କେଜି ଚାଉଳ ସହ ମିଳିବ ୫୦୦ ଟଙ୍କା। ଆକାଶମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବା ପରେ ସହାୟତା ରାଶି ଘୋଷଣା କରିଛନ୍ତି ନବୀନ। ଏହାସହ ଏକ ଉଚ୍ଚସ୍ତରୀୟ ବୈଠକରେ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ନବୀନ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାଂପ୍ରତିକ ବନ୍ୟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି। ଅନେକ ଗାଁରେ ବନ୍ୟା ଜଳ ପଶି ଥିବା ବେଳେ ଅନେକ ଚାଷଜମି ଜଗମଗ୍ନ ଅବସ୍ଥାରେ ଅଛି। ଘର ଭାଙ୍ଗିବା ସହ ରାସ୍ତା ଭାଙ୍ଗିଛି ଏବଂ ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଅନେକ ଛୋଟ ବନ୍ଧ ଭାଙ୍ଗିଛି। ସରକାରୀ ଭିତ୍ତିଭୂମି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଏହାସହ ନବୀନ କହିଛନ୍ତି, ଆମେ ବର୍ତ୍ତମାନ ଏକ କଠିନ ପରିସ୍ଥିତିରେ ଗତି କରୁଛୁ। ବନ୍ୟା ଓ କରୋନା ଦୁଇଟି ବିପଦକୁ ଆମେ ମୁକାବିଲା କରୁଛୁ। ଏହି ପରିପ୍ରେକ୍ଷୀରେ ସମସ୍ତେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ନିୟମ ପାଳନ କରି କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମୁଖ୍ୟମନ୍ତ୍ରୀ ବନ୍ୟାଦୁର୍ଗତମାନଙ୍କୁ ନିବେଦନ କରିଛନ୍ତି।

ଏହାଛଡା ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ବାବଦରେ ନିମ୍ନୋକ୍ତ ଘୋଷଣା କରିଛନ୍ତି-
୧ . ବନ୍ୟା ଯୋଗୁଁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ ସେମାନେ ଥିବା ପର୍ଯ୍ୟନ୍ତ ସମସ୍ତଙ୍କୁ ରନ୍ଧା ଖାଦ୍ୟ/ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ।
୨. ଗୁରୁତର ଭାବରେ କ୍ଷତିଗ୍ରସ୍ତ ପରିବାରବର୍ଗରୁ ୫୦ କେଜି ଚାଉଳ ଓ ୫୦୦ ଟଙ୍କା ତୁରନ୍ତ ସହାୟତା ଯୋଗାଇ ଦିଆଯିବ।
୩. ଘର ଭାଙ୍ଗିଥିବା ପ୍ରତି ଯୋଗ୍ୟ ପରିବାରକୁ ଗୋଟିଏ ପଲିଥିନ ସିଟ୍ ଯୋଗାଇ ଦିଆଯିବ।
୪. ଏସଡିଆରଏଫ୍ ନିୟମ ଅନୁଯାୟୀ ଘରଭଙ୍ଗା ସହାୟତା ଦିଆଯିବ। ୧୫ ଦିନ ଭିତରେ ଜିଲ୍ଲାପାଳ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରିବେ ଏବଂ ପରବର୍ତ୍ତୀ ଏକ ସପ୍ତାହରେ ସହାୟତା ପ୍ରଦାନ କରାଯିବ।
୫. ଏସଡିଆରଏଫ ନିୟମ ଅନୁଯାୟୀ କ୍ଷତିଗ୍ରସ୍ତକୁ ଲୁଗାପଟା ଓ ବାସନକୁସନ ଦିଆଯିବ।
୬. ଏସଡିଆରଏଫ ନିୟମ ଅନୁଯାୟୀ ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ସହାୟତା ଦିଆଯିବ।
୭. କ୍ଷତିଗ୍ରସ୍ତ ଅଞ୍ଚଳରେ ପଶୁପକ୍ଷୀଙ୍କୁ ମାଗଣାରେ ଚିକିତ୍ସା ଓ ଟୀକାକରଣ ସୁବିଧା ମିଳବ।
୮. କ୍ଷତିଗ୍ରସ୍ତ ଅଞ୍ଚଳରେ ମାଗଣାରେ ପଶୁ ଚିକିତ୍ସା ଶିବିର ଖୋଲାଯାଇ ପଶୁପକ୍ଷୀଙ୍କ ଚିକିତ୍ସା କରାଯିବ।
ବନ୍ୟାରେ ରାଜ୍ୟର ୨୦ଟି ଜିଲ୍ଲାର ୧୧୦ ବ୍ଲକ୍‌, ୩୯୯୦ଟି ଗାଁ ଏବଂ ୨୧ଟି ପୌରାଞ୍ଚଳ କ୍ଷତିଗ୍ରସ୍ତ ହୋଇଛି। ବିଭିନ୍ନ ସ୍ଥାନରେ ୩୬ଟି ଛୋଟ ଓ ଗୋଟିଏ ବଡ ଘାଇ ହୋଇଛି। ଏହା ଭିତରେ ହୀରାକୁଦରେ ଜଳପ୍ରବାହ କମିଥିବାରୁ ପରିସ୍ଥିତିରେ ଖୁବଶୀଘ୍ର ଉନ୍ନତି ଆସିବ।

Share Now:

Kalinga News Beuro

Next Post

ଏଲଏସିରେ ପୁଣି ଥରେ ଜେ -୨୦ଯୁଦ୍ଧ ବିମାନ ନିୟ‌ୋଜିତ କଲା ଚୀନ

Mon Aug 31 , 2020
ନୂଆଦିଲ୍ଲୀ: ଅଗଷ୍ଟ ୨୯-୩୦ ରାତିରେ ସୀମାନ୍ତରେ ପୁଣି ଥରେ ଭାରତ ଏବଂ ଚୀନ୍ ସୈନିକଙ୍କ ମଧ୍ୟରେ ସଂଘର୍ଷ ହୋଇଥିବା ବେଳେ ଚୀନ୍ ବାୟୁସେନା ଏହାର ଜେ-୨୦ପଞ୍ଚମ ପିଢ଼ିର ଯୁଦ୍ଧବିମାନକୁ ଭାରତୀୟ ସୀମା ନିକଟରେ ପୁନଃ ନିୟୋଜିତ କରିଛି। ଅଗଷ୍ଟ ୨୯-୩୦ ପୂର୍ବରୁ ଚୀନ ଜେ-୨୦ପଞ୍ଚମ ପିଢ଼ିର ଯୁଦ୍ଧବିମାନକୁ ପୁନଃ ନିୟୋଜିତ କରିଥିବା ଜଣା ପଡ଼ିଛି। ଜୁନ୍ ୧୫ରେ ଗଲୱାନରେ ହୋଇଥିବା ସଂଘର୍ଷ ପରେ ଏବେ ଚୀନ ପୁଣି ଯୁଦ୍ଧ କରିବାର […]
ଜେ -୨୦ଯୁଦ୍ଧ ବିମାନ ନିୟ‌ୋଜିତ କଲା ଚୀନ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial