ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ

ଭୁବନେଶ୍ବର: ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆଜି ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପୂର୍ବରୁ ସୂଚନା ମିଳିଥିଲା। ଏହା ଆଗରୁ ଅଗଷ୍ଟ ଶେଷ ସପ୍ତାହରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଜଣାଯାଇଥିଲା। କିନ୍ତୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ)ର ଦୁଇ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହେବା ପରେ ପରୀକ୍ଷା ଫଳ ପ୍ରସ୍ତୁତିରେ ସମସ୍ୟା ଉପୁଜିଛି। ଯେଉଁଥିପାଇଁ ପରୀକ୍ଷା ଫଳ ପ୍ରକାଶରେ କିଛି ଦିନ ବିଳମ୍ବ ହେବ। ତେବେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଉକ୍ତ ଦୁଇ ବିଭାଗର ପରୀକ୍ଷା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଥିଲେ। ତେବେ ଏକାଧିକ ବାର ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବାର ତାରିଖ ବଦଳୁଥିବା ହେତୁ ଛାତ୍ରଛାତ୍ରୀ ଓ ଅଭିଭାବକ ମହଲରେ ଅସନ୍ତୋଷ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ ଯେ ଚଳିତବର୍ଷ ୨ ଲକ୍ଷ ୨୫ ହଜାର ଛାତ୍ରଛାତ୍ରୀ କଳା ଓ ୭ ହଜାର ୭୫୦ ଛାତ୍ରଛାତ୍ରୀ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେଇଛନ୍ତି। ଗତ ୧୨ ତାରିଖରେ ବିଜ୍ଞାନ ଓ ୧୯ ତାରିଖରେ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।

Share Now:

Kalinga News Beuro

Next Post

ଚିନ୍ତା ବଢ଼ାଉଛି ଦ୍ୱୈତନଗରୀ : କୋଭିଡ୍‌ ରଣନୀତିକୁ ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Fri Sep 4 , 2020
ଭୁବନେଶ୍ୱର : ରାଜ୍ୟରେ କୋଭିଡ୍ ପରିସ୍ଥିତି ଜାତୀୟସ୍ତର ଠାରୁ ଭଲ ରହିଥିଲେ ମଧ୍ୟ କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବଢୁଥିବା ପଜିଟିଭ ସଂଖ୍ୟାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗମ୍ଭୀରତାର ସହିତ ନେଇଛନ୍ତି। ଏହି ଦୁଇ ଜିଲ୍ଲାରେ ରଣନୀତିକୁ ସୁଦୃଢ଼ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଅର୍ଥନୀତି ସ୍ବାଭାବିକ ହେଉଥିବା ଲକ୍ଷ୍ୟ କରାଯାଉଥିବା ପରିପ୍ରେକ୍ଷୀରେ ଜୀବିକା ସୃଷ୍ଟି ଉପରେ ସରକାର ଗୁରୁତ୍ବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନ୍‌ଫରେନ୍‌ସିଂ […]
ଚିନ୍ତା ବଢ଼ାଉଛି ଦ୍ୱୈତନଗରୀ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial