ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଅଭୟାରଣ୍ୟ

ଖୋଲିଲା ଭିତରକନିକା

ପଟ୍ଟାମୁଣ୍ଡାଇ: ପର୍ଯ୍ୟଟକଙ୍କ ପାଇଁ ଗତକାଲି ଠାରୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। କେବଳ ରାତ୍ରୀଯାପନ ପାଇଁ ଆସିଥିବା ପର୍ଯ୍ୟଟକଙ୍କୁ ହିଁ ଭିତରକନିକା ବୁଲିବାକୁ ସୁଯୋଗ ଦିଆଯିବ ବୋଲି ନିଷ୍ପତ୍ତି ନେଇଛି ପ୍ରଶାସନ। ପ୍ରଥମ ଦିନରେ କେବଳ ଡାଙ୍ଗମାଳରେ ୧୬ଟି କଟେଜରେ ପର୍ଯ୍ୟଟକମାନେ ରାତ୍ରୀଯାପନ ପାଇଁ ଅନୁମତି ମିଳିଛି। ପର୍ଯ୍ୟଟକମାନେ ଓଡ଼ିଶା ଇକୋ ଟୁରିଜିମରେ ଅନ୍‌ଲାଇନ୍‌ ବୁକ୍ କରିପାରିବେ। କଟେଜ ଓ ବୋଟ୍‌ ଗୁଡ଼ିକୁ ସାନିଟାଇଜ କରାଯିବା ସହ ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଛି। କେବଳ ରାତ୍ରୀଯାପନ ପାଇଁ ବୁକ୍ କରିଥିବା ପର୍ଯ୍ୟଟକଙ୍କୁ ଛାଡ଼ିବା ନିଷ୍ପତ୍ତିକୁ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସଂଗଠନ ବିରୋଧ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ପର୍ଯ୍ୟଟକ ଏହି ନିଷ୍ପତ୍ତି ଯୋଗୁ ଭିତରକନିକା ବୁଲିପାରିବେ ନାହିଁ ବୋଲି ଅଭିଯୋଗ କରି ଆନ୍ଦୋଳନ କରିବାକୁ ବିଭିନ୍ନ ସଂଗଠନ ଚେତାବନୀ ଦେଇଛନ୍ତି।

Share Now:

Kalinga News Beuro

Next Post

ଘଙ୍ଗାପାଟଣା ଜମି ଦୁର୍ନୀତି ମାମଲା : ୨୦ ଜଣଙ୍କ ବିରୋଧରେ ଚାର୍ଜସିଟ

Fri Oct 2 , 2020
ଭୁବନେଶ୍ୱର: ବହୁଚର୍ଚ୍ଚିତ ଘଙ୍ଗାପାଟଣା ଜମି ଦୁର୍ନୀତି ଘଟଣାରେ ରାଜ୍ୟ କ୍ରାଇମବ୍ରାଞ୍ଚ ପ୍ରାଥମିକ ଚାର୍ଜସିଟ୍‌ ଏସ୍‌ଡିଜେଏମ୍‌ କୋର୍ଟରେ ଦାଖଲ କରିଛି। ୨୦ ଜଣଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ଚାର୍ଜସିଟ୍‌ ଦାଖଲ କରିଥିବା ଜଣାପଡ଼ିଛି। ଏ ସଂପର୍କରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଲୋକାୟୁକ୍ତଙ୍କୁ ସୂଚନା ଦିଆଯାଇଛି। ତେବେ ମାମଲାର ସଂପୂର୍ଣ୍ଣ ତଦନ୍ତ ଶେଷ ହୋଇ ନଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ‌କୁହାଯାଇଛି। ଜମି ଦୁର୍ନୀତି ମାମଲାରେ କ୍ରାଇମବ୍ରାଞ୍ଚ ଯେଉଁ ଶିଥିଳତା ପ୍ରଦର୍ଶନ କରିଥିଲା, ଲୋକାୟୁକ୍ତଙ୍କ ହସ୍ତକ୍ଷେପ ପରେ […]
ଘଙ୍ଗାପାଟଣା ଜମି ଦୁର୍ନୀତି ମାମଲା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial