ଏନଇଇଟି ପରୀକ୍ଷାରେ ଇତିହାସ ସୃଷ୍ଟି କଲେ ଓଡ଼ିଶାର ସୋଏବ ଆଫତାବ

ଇତିହାସ ସୃଷ୍ଟି କଲେ ଓଡ଼ିଶାର ସୋଏବ ଆଫତାବ

ଭୁବନେଶ୍ୱର : ଶୁକ୍ରବାର ପ୍ରକାଶିତ ଏନଟିଏ-ଏନଇଇଟି ପରୀକ୍ଷାରେ ଓଡ଼ିଶାର ସୋଏବ ଆଫତାବ ଇତିହାସ ସୃଷ୍ଟି କରିଛନ୍ତି। ସେ ମୋଟ ୭୨୦ ନମ୍ବରରୁ ୭୨୦ ନମ୍ବର ରଖି ୧୦୦ ପ୍ରତିଶତ ସଫଳତା ପାଇଛନ୍ତି। ସେହିପରି ଓଡ଼ିଶାର ପ୍ରଥମ ଛାତ୍ର ଭାବେ ଏନଇଇଟିରେ ଟପ୍ପର ହୋଇଛନ୍ତି। ଟାଇମ୍ସନାଓକୁ ଏକ ସାକ୍ଷାତକାର ଦେଇ ସେ କହିଛନ୍ତି ଯେ ତାଙ୍କ ବାପା ଓଡ଼ିଶାରେ ନିର୍ମାଣ ବ୍ୟବସାୟରେ ଅଛନ୍ତି। ତେବେ ତାଙ୍କର ପଠପଢା ପାଇଁ ତାଙ୍କ ମା’ ତାଙ୍କୁ ନେଇ ରାଜସ୍ଥାନର କୋଟାଠାେରେ ରହୁଛନ୍ତି। କୋଟାର ଏକ କୋଚିଂ ସେଣ୍ଟରରେ ସେ ନାମ ଲେଖାଇ ଏହି ପରୀକ୍ଷା ପାଇଁ ପ୍ରସ୍ତୁତି କରିଥିଲେ। ସୂଚନାଯୋଗ୍ୟ ଯେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏନଟିଏ ଏନଇଇଟି (ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା)-୨୦୨୦ ର ଫଳାଫଳ ପ୍ରକାଶ ପାଇଛି। ଏଥିରେ ଉଭୟ ସେପ୍ଟେମ୍ବର ୧୩ ଓ ଅକ୍ଟୋବର ୧୪ରେ ହୋଇଥିବା ପରୀକ୍ଷାର ଫଳାଫଳ ଅନ୍ତର୍ଭୁକ୍ତ ରହିଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଟ୍ଵିଟ କରି ସଫଳ ପରୀକ୍ଷା ପରିଚାଳନା ପାଇଁ ଏନଟିଏ ମହାନିର୍ଦ୍ଦେଶକ, ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ସଫଳ ପରୀକ୍ଷାର୍ଥୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ତେବେ ଯେଉଁମାନେ ସଫଳ ହୋଇପାରିନାହନ୍ତି ସେମାନଙ୍କୁ ନିରାଶ ନହେବା ପାଇଁ ସେ ପରାମର୍ଶ ଦେଇଛନ୍ତି। ଗୋଟିଏ ପରୀକ୍ଷାରେ ବିଫଳତା ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିପାରିବ ନାହିଁ ବୋଲି ସେ କହିଛନ୍ତି।

Share Now:

Kalinga News Beuro

Next Post

ସରିଲା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ: ତିର୍ତ୍ତୋଲରେ ୮, ବାଲେଶ୍ୱରରେ ନାମାଙ୍କନ ଭରିଲେ ୯ ପ୍ରାର୍ଥୀ

Fri Oct 16 , 2020
ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରଚାର ମଧ୍ୟ ଜମୁଛି। ଆଉ ଏହାରି ଭିତରେ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ ନେଇ ବିସ୍ତୃତ ତଥ୍ୟ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ଥିଲା। ତେବେ ତିର୍ତ୍ତୋଲରେ ମୋଟ‌ ୮ଜଣ ପ୍ରାର୍ଥୀ ସେମାନଙ୍କର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। […]
ଉପନିର୍ବାଚନ ପାଇଁ ସରିଲା ପ୍ରାର୍ଥୀପତ୍ର ଦାଖଲ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial