ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ

ପୁରୀ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଚଉହଦୀରେ ହୋଇଥିବା ବିଭିନ୍ନ କାର୍ଯ୍ୟ ବୁଲି ଦେଖିଥିଲେ। ଏହାପରେ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଥିଲେ। ଭୁବନେଶ୍ବର ଫେରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଥିଲେ କି ମୁଁ ଶ୍ରୀଜଗନ୍ନାଥ ମନ୍ଦିର ବାହାରେ ହୋଇଥିବା କାର୍ଯ୍ୟ ତଦାରଖ କରିବାକୁ ଆଜି ପୁରୀ ଆସିଛି। ଏହାପରେ ଶ୍ରୀମନ୍ଦିରର ମୁଖ୍ୟପ୍ରଶାସକ କ୍ରିଷନ୍ କୁମାର ଗଣମାଧ୍ୟମକୁ ଶ୍ରୀମନ୍ଦିରର ଚତୁଃପାର୍ଶ୍ବର ବିକାଶ ଓ ସୌନ୍ଦର୍ଯ୍ୟକରଣ ନେଇ ଚାଲିଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ହୋଇଥିବା ପ୍ରକାଶ କରିଥିଲେ। ଏଥିସହ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ ସବୁ କାର୍ଯ୍ୟ ସମାପିତ ହେବ।

ରାଜ୍ୟ ସରକାରଙ୍କ ଉନ୍ନୟନ କମିସନର, ୫-ଟି ସଚିବ ଭି.କେ. ପାଣ୍ଡିୟାନ୍, ପୁରୀ ଜିଲ୍ଲାପାଳ, ଏସପି ଏବଂ ବହୁ ବରିଷ୍ଠ ଅଧିକାରୀ ସେଠାରେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ଗତ ଜାନୁଆରି ୧୬ରେ ଶେଷଥର ଲାଗି ଶ୍ରୀମନ୍ଦିର ଆସିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ।

ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସିଂହଦ୍ୱାରରେ ଦ୍ୱୀପ ପ୍ରଜ୍ଜ୍ବଳନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇବା ସହିତ କହିଥିଲେ ଯେ ସେ ମହାପ୍ରଭୁଙ୍କ ଦର୍ଶନ କରି ଖୁବ ଖୁସି। ଏଥିସହ ଆଗକୁ ପୁରୀକୁ ଆହୁରି ସୁନ୍ଦର କରାଯିବ ବୋଲି ସେ ଘୋଷଣା କରିଥଲେ। ସେଦିନ ସେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ କାମର ସମୀକ୍ଷା କରିଥିଲେ। ଗତ ଜାନୁଆରି ୧୬ରେ ଶ୍ରୀଜିଉଙ୍କ ଦର୍ଶନ ସାରି ମନ୍ଦିର ଭିତରେ ପ୍ରାୟ ୨୦ମିନିଟ୍ ସମୟ ରହିବା ପରେ ମୁଖ୍ୟମନ୍ତ୍ରୀ ପୁରୀ ମୁନସିପାଲିଟି ମାର୍କେଟରେ ପହଞ୍ଚି ଶ୍ରୀକ୍ଷେତ୍ରର ନବକଳେବର ପାଇଁ ୫୧୦ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହେବାକୁ ଥିବା ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ।

Share Now:

Kalinga News Beuro

Next Post

ରାଜଧାନୀରୁ ଆଜି ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ

Sun Oct 18 , 2020
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୫୧ ଜଣ ସଂଗରୋଧ ଓ ୧୮୨ ଜଣ ସ୍ଥାନୀୟ ଅଞ୍ଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୭ ହଜାର ୨୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା […]
coronavirus-11

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial